ବ୍ରହ୍ମପୁର ଅଫିସ୍,୩ା୭-ଗଞ୍ଜାମ ଜିଲାର ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ବ୍ୟବସ୍ଥାକୁ ଯେତିକି ସୁଦୃଢ଼ କରିବାକୁ ପଦକ୍ଷେପ ନିଆଯାଉଛି, ତୃଣମୂଳସ୍ତରରେ ସେତିକି ଦୁର୍ବଳ ହେବାରେ ଲାଗିଛି। ଯୋଜନା ନ ଥାଇ ପିଲାମାନଙ୍କୁ ପାଠପଢ଼ା ଯାଉଛି। ଫଳରେ ପରୀକ୍ଷା ଫଳ ଖରାପ ହେଉଛି। ପ୍ରାଥମିକ ଶିକ୍ଷାଦାନ ବ୍ୟବସ୍ଥାରେ ଏହି ଦୁର୍ବଳତାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଧରିଛନ୍ତି। ବିନା ଖସଡ଼ାରେ ଚାଲିଥିବା ଅସଜଡ଼ା ପାଠପଢ଼ାକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସଜାଡ଼ିବାକୁ ଏକ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିଛନ୍ତି।
ଗତ ୨୯ତାରିଖରେ ଜିଲାପାଳ କୁଲାଙ୍ଗେ ହଞ୍ଜିଳିକାଟୁ ବ୍ଲକ ନନ୍ଦିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଅଚାନକ ଗସ୍ତରେ ଯାଇଥିଲେ। ସେଠାରେ ପହଞ୍ଚିବା ପରେ ଯାହା ଦେଖିଲେ, ଆଶ୍ଚର୍ଯ୍ୟ ହୋଇଗଲେ। ଶିକ୍ଷକମାନେ ବିନା ଯୋଜନାରେ ଅତ୍ୟନ୍ତ ଖାମଖିଆଲ ଭାବେ ପିଲାମାନଙ୍କୁ ପଢ଼ାଉଛନ୍ତି। ଲେସନ୍ ନୋଟ୍ କିମ୍ବା ଶିକ୍ଷାଦାନ ପ୍ରଣାଳୀ ସାମଗ୍ରୀ ମଧ୍ୟ ଶିକ୍ଷକଙ୍କ ପାଖେ ନ ଥିଲା। ଏପରିକି ବିନା କଳାପଟାରେ ଲେଖି, ଶିକ୍ଷକମାନେ ପିଲାମାନଙ୍କୁ ମୌଖିକ ଭାବରେ କହି ପଢ଼ାଉଥିଲେ। ଶ୍ରେଣୀଗୁଡ଼ିକର ଟାଇମ୍ଟେବୁଲ୍ ନାହିଁ । ବାର୍ଷିକ ଯୋଜନା ନାହିଁ। ପିଲାମାନଙ୍କ ପାଟିରୁ କଥା ବାହାରୁ ନ ଥିଲା। କେବଳ ଶିକ୍ଷକ କହି କହି ଚାଲୁଥିଲେ। ଶ୍ରେଣୀଗୁଡ଼ିକ ସଫା ସୁତରା ନ ଥିଲା। ସ୍ବଚ୍ଛ ବିଦ୍ୟାଳୟ ଯୋଜନା ସଂପୂର୍ଣ୍ଣ ବିଫଳ ଦେଖାଯାଉଥିଲା। ପିଲାମାନଙ୍କୁ ଟେବୁଲ୍ ଚୌକି ଦିଆଯାଇ ନ ଥିବା ଯୋଗୁ ସେମାନେ ଚଟାଣରେ ବସିଥିଲେ। ‘ତଳେ ବସିବାକୁ ନା’ ଯୋଜନା କାର୍ଯ୍ୟକାରୀ ହୋଇ ନ ଥିଲା। ଶ୍ରେଣୀ ଗୃହରେ ବକ୍ସ ଲାଇବ୍ରେରୀ ନ ଥିଲା, ଏପରିକି ପିଲାମାନେ ଏ ସମ୍ପର୍କରେ ଜାଣି ନ ଥିଲେ। ଆଇନା, ପାନିଆ କିମ୍ବା ନଖକଟା ନ ଥିଲା। ରଙ୍ଗିନ୍ ଚକ୍ ବଦଳରେ ଧଳା ଚକ୍ ବ୍ୟବହାର ହେଉଥିଲା। ଶ୍ରେଣୀ ଗୃହରେ ଆଲୋକ ବ୍ୟବସ୍ଥା ନ ଥିବା ଯୋଗୁ ଅନ୍ଧାର
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

