ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି ପିଲା ବିଦ୍ୟାଳୟ ପରିସର, ବାହାର, ଶ୍ରେଣୀ ଗୃହ ସଫା କରିବା ସହିତ ମଧ୍ୟାହ୍ନଭୋଜନ ପାଇଁ ଥାଳି ସଜେଇ ରଖୁଛନ୍ତି। ନାଉଗଁା ବ୍ଲକର ମାରେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଯାହାକୁ ନେଇ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରଶ୍ନଉଠୁଛି ଯଦି ପିଲାଙ୍କ ଦ୍ୱାରା ଏସବୁ କରାଯାଉଛି ତେବେ ପ୍ରାର୍ଥନା ପୂର୍ବରୁ କାହିଁକି କରାଯାଉ ନାହିଁ। ମଧ୍ୟାହ୍ନଭୋଜନ ଦାୟିତ୍ୱରେ ସ୍ବୟଂ ସହାୟିକା ଗୋଷ୍ଠୀ ଥିବାବେଳେ ପିଲାମାନେ କାହିଁକି ଥାଳି ସଜାଡି ରଖୁଥିଲେ ତାହା ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି କରିଛି। କେବଳ ଉକ୍ତ ବିଦ୍ୟାଳୟ ନୁହେଁ ବ୍ଲକର ଅନେକ ବିଦ୍ୟାଳୟରେ ଖୋଲାଖୋଲି ଭାବେ ସରକାରୀ ନିୟମ ଉଲଂଘନ କରାଯାଉଥିବା ଅଭିଯୋଗ ହୋଇଛି। କିଛି ଦିନ ତଳେ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଦିନରେ ୫ ଶିକ୍ଷକ ଛୁଟିରେ ରହିବା ଓ ପ୍ରାଧନଶିକ୍ଷୟିତ୍ରୀ ଶ୍ରେଣୀ ଗୃହରେ ଶୋଇବା ଆଦି ଘଟଣା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହି ଘଟଣାଉପରେ ବିଭାଗ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ହେଉ ନ ଥିବାରୁ ଶିକ୍ଷା ବିଭାଗର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରି କି ବିଭାଗ ଶିକ୍ଷକଙ୍କୁ ଘଣ୍ଟ ଘୋଡାଉଥିବା ଅଭିଯୋଗ କରାଯାଇଛି। କେତେଜଣ ଶିକ୍ଷକଙ୍କ ଏପରି କାର୍ଯ୍ୟ ଯୋଗୁ ବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ନଷ୍ଟ ହେବା ସହିତ ପିଲା ବିଶୃଙ୍ଖଳିତ ହେଉଥିବା ଚର୍ଚ୍ଚା ହେଉଛି। ତେଣୁ ଏପରି କାର୍ଯ୍ୟ କରାଉଥିବା ଶିକ୍ଷକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଉକ୍ତ କ୍ଲଷ୍ଟରରେ ଥିବା ସିଆରସିସି ରୁଦ୍ରପ୍ରସାଦ ସ୍ବାଇଁଙ୍କୁ ପଚାରିବାରେ ପିଲାମାନେ ପ୍ରର୍ଥନା ପୂର୍ବରୁ ବିଦ୍ୟାଳୟ ସଫା କରୁଥିବା ସେ ପ୍ରକାଶ କରିଥିଲେ। ପ୍ରଧାନଶିକ୍ଷକ ବେଣୁଧର ଦାସଙ୍କୁ ପଚାରିବାରେ ସେ ଏ ପସଙ୍ଗକୁ ଏଡ଼ାଇ ଦେଇଥିଲେ। ଏହା ମିଥ୍ୟା ବୋଲି କହିଥିଲେ। ଏ ବିଷୟରେ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଅକ୍ଷୟ ବେହେରାଙ୍କୁ ପଚାରିବାରେ ଘଟଣାର ତଦନ୍ତ କରାଯାଇ କାଯର୍‌ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଏବେ ଦେଖିବାକୁ ଅପେକ୍ଷା କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri