ପ୍ରିନ୍ସ ହ୍ୟାରୀ, ମେଘନ ମାର୍କେଲଙ୍କ ସୁରକ୍ଷା ଖର୍ଚ୍ଚ ଉଠାଇବାକୁ ମନାକଲା ଆମେରିକା !

ଓ୍ବାଶିଂଟନ, ୩୦।୩: କରୋନା ସଂକ୍ରମଣର ଲଗାତାର ବୃଦ୍ଧିକୁ ଦେଖି ବ୍ରିଟେନ ରାଜ ପରିବାରର ପ୍ରିନ୍ସ ହ୍ୟାରୀ ଓ ମେଘନ ମାର୍କେଲ ନିକଟରେ କାନାଡାରୁ କାଲିଫର୍ନିଆ ଚାଲି ଆସିଥିବା କୁହାଯାଉଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର କହିଛନ୍ତି ଏହି ରାଜ ଦମ୍ପତିଙ୍କ ସୁରକ୍ଷା ଖର୍ଚ୍ଚ ଆମେରିକା ବହନ କରିବ ନାହିଁ। ଟ୍ରମ୍ପ ରବିବାର ଟୁଇଟ୍‌ କରି କହିଛନ୍ତି, ମୁଁ ବ୍ରିଟେନ ମହାରାଣୀ ଏଲିଜାବେଥଙ୍କର ପ୍ରଶଂସକ। ତାଙ୍କୁ ସମ୍ମାନ କରେ। ରାଜ ପରିବାରରୁ ଅଲଗା ହୋଇ କାନାଡାରେ ରହୁଥିବା ପ୍ରିନ୍ସ ହ୍ୟାରୀ ଓ ତାଙ୍କ ଧର୍ମପତ୍ନୀ ମେଘନ ମାର୍କେଲ କାଲିଫର୍ନିଆ ଆସିଥିବା ଜଣାପଡିଛି। ହେଲେ ଆମେରିକା ତାଙ୍କର ସୁରକ୍ଷା ଖର୍ଚ୍ଚ ବହନ କରିପାରିବ ନାହିଁ ବୋଲି ଟ୍ରମ୍ପ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ଏହି ରାଜ ଦମ୍ପତି ରାଜ ପରିବାରରୁ ଅଲଗା ହୋଇ କାନାଡାରେ ରହିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri