Posted inଜାତୀୟ

ପ୍ରିୟଙ୍କା ଯିବେ ରାଜ୍ୟ ସଭା !

ନୂଆଦିଲ୍ଲୀ,୧୫।୨: କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଛତିଶଗଡ଼ରୁ ରାଜ୍ୟ ସଭା ଆସିବା ନେଇ ଏବେ ଚର୍ଚ୍ଚା ହେଉଛି। ଆସନ୍ତା ଏପ୍ରିଲ୍‌ରେ ଛତିଶଗଡ଼, ରାଜସ୍ଥାନ ଏବଂ ମଧ୍ୟ ପ୍ରଦେଶର କେତେକ ରାଜ୍ୟ ସଭା ଆସନ ଖାଲି ହେଉଛି। ମୋତିଲାଲ ଭୋରା, ଦିଗ୍‌ବିଜୟ ସିଂ, କୁମାରୀ ଶୈଲଜା, ମଧୁସୂଦନ ମିସ୍ତ୍ରୀ, ହୁସେନ୍‌ ଦଲବଇ ଆଦିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏସବୁ ଆସନରୁ ପ୍ରିୟଙ୍କା, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରଣଦୀପ୍‌ ସୁରେଜଓ୍ବାଲା, ଭିଲିନ୍ଦ ଦଓ୍ବେଡ଼ା, ଜିତିନ ପ୍ରସାଦ ଏବଂ ଆର୍‌.ପି.ଏନ୍‌. ସିଂ ହାଦି ଯୁବନେତାଙ୍କୁ ରାଜ୍ୟ ସଭାକୁ ପଠାଇବା ସପକ୍ଷରେ ରାହୁଲ ଗାନ୍ଧୀ ଅଛନ୍ତି। ଚଳିତ ବର୍ଷ କଂଗ୍ରେସର ୧୮ ଜଣ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେବେ ଦଳ କେବଳ ୯ ଜଣ ସଦସ୍ୟଙ୍କୁ ରାଜ୍ୟ ସଭାକୁ ପଠାଇବାକୁ ସକ୍ଷମ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜସ୍ଥାନରୁ ପ୍ରିୟଙ୍କାଙ୍କୁ ରାଜ୍ୟ ସଭାକୁ ପଠାଇବା ପାଇଁ ଆଗ୍ରହୀ। ସୂଚନାଯୋଗ୍ୟ, ଏପ୍ରିଲ୍‌ରେ ରାଜସ୍ଥାନର ୩ ଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri