ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା, ‘ସୁରଜ ଯୋଜନା’ରେ ସହାୟତା

ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍‌ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିସହ ‘ସୁରଜ ଯୋଜନା’ରେ ପରିବାରକୁ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଦିଗପହଣ୍ଡି ରାଣୀସାହିର ପ୍ରିୟଙ୍କା ଗତ ୨୬ ତାରିଖ ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଚିକିତ୍ସା ଲାଗି ତାଙ୍କୁ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ଡାକ୍ତର ତାଙ୍କୁ ବ୍ରେନ୍‌ ଡେଡ୍‌ ଘୋଷଣା କରିଥିଲେ। ପରେ ପ୍ରିୟଙ୍କାଙ୍କ ସ୍ବାମୀ ଭି.ସମୀର ରାଜୁ ଓ ଶ୍ୱଶୁର ଭି. ଧର୍ମାରାଜୁ ପ୍ରିୟଙ୍କାଙ୍କ ଅଙ୍ଗଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ଏ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। ନିର୍ଦ୍ଦେଶ ମିଳିବା ପରେ ପ୍ରିୟଙ୍କାଙ୍କ ଶରୀରରୁ ବିଧିବଦ୍ଧ ଭାବେ କିଡ୍‌ନୀ କଢ଼ାଯାଇଥିଲା। ପ୍ରଥମ ଥର ପାଇଁ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ବ୍ୟବସ୍ଥାରେ ପ୍ରିୟଙ୍କାଙ୍କ କିଡ୍‌ନୀ ଏସ୍‌ସିବିର ଜଣେ ରୋଗୀଙ୍କ ଶରୀରରେ ସଫଳ ପ୍ରତିରୋପଣ କରାଯାଇଥିଲା। ଅପରପକ୍ଷେ ପ୍ରିୟଙ୍କାଙ୍କ ଶିଶୁକନ୍ୟା(୫) ଏବେ ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଏହି ପ୍ରକ୍ରିୟା ମଙ୍ଗଳବାର ସକାଳେ ଶେଷ ହେବା ପରେ କିଡ୍‌ନୀଦାତାଙ୍କ ପରିବାରବର୍ଗ ଓ ଅସ୍ତ୍ରୋପଚାରରେ ସାମିଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ସେହିଭଳି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ମଧ୍ୟ ସମସ୍ତଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri