ପ୍ରିୟଙ୍କାଙ୍କୁ ଅଟକ ପ୍ରତିବାଦରେ ବିକ୍ଷୋଭ: ୟୁପି ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

କଟକ ଅଫିସ,୨୧।୭: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଉତ୍ତର ପ୍ରଦେଶ (ୟୁପି) ପୋଲିସ ଅଟକ ରଖିବା ପ୍ରତିବାଦରେ କଟକ ଜିଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜମି ବିବାଦକୁ ନେଇ ଉତ୍ତରପ୍ରଦେଶ ସୋନଭଦ୍ରର ଘୋରଓ୍ବାଲ ଅଞ୍ଚଳରେ ବୁଧବାର ୯ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଶୁକ୍ରବାର ମୃତକଙ୍କ ପରିବାରକୁ ପ୍ରିୟଙ୍କା ଭେଟିବାକୁ ଯାଉଥିବାବେଳେ ଉତ୍ତରପ୍ରଦେଶ ପୋଲିସ ତାଙ୍କୁ ମିର୍ଜାପୁର ଜିଲାର ନାରାୟଣପୁରଠାରେ ଅଟକାଇଥିଲା। ପ୍ରିୟଙ୍କା ରାସ୍ତାରେ ସମର୍ଥକମାନଙ୍କ ସହ ଧାରଣାରେ ବସିବା ପରେ ପୋଲିସ ତାଙ୍କୁ ଚୁନାର ଗେଷ୍ଟହାଉସ୍‌କୁ ନେଇଯାଇଥିଲା। ପ୍ରିୟଙ୍କାଙ୍କୁ ଅଟକାଇବା ପ୍ରତିବାଦ ଓ ଉତ୍ତରପ୍ରଦେଶ ସରକାରର ଅଗଣତାନ୍ତ୍ରିକ କାର୍ଯ୍ୟାନୁଷ୍ଠାନ ବିରୋଧରେ ଏହି ବିକ୍ଷୋଭ କରାଯାଇଥିଲା। ଏଥିସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ବିକ୍ଷୋଭରେ ନାରୀନେତ୍ରୀ ଗିରିବାଳା ବେହେରା, ନିକୁଞ୍ଜ ପସାୟତ, କାଶୀନାଥ ମଲ୍ଲିକ, ସୂର୍ଯ୍ୟକାନ୍ତ ରାଉତ, ଅରୁଣ ସେଠୀ, ସେକ ସମ୍ମିମଉଲ୍ଲା, ଶୈଳବାଳା ଜେନା, ଭାରତୀ ଦାସ, ସୁରଜିତ ସାହୁ, ଗାୟତ୍ରୀ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri