Posted inଜାତୀୟ

ପ୍ରିୟଙ୍କାଙ୍କୁ ୟୁପି ପୋଲିସର ଦୁର୍ବ୍ୟବହାର

ଲକ୍ଷ୍ନୌ,୨୯ା୧୨: ସିଏଏ ଏବଂ ଏନ୍‌ଆର୍‌ସି ବିରୋଧୀ ବିକ୍ଷୋଭ ବେଳେ ଗିରଫ ହୋଇଥିବା ପୂର୍ବତନ ଆଇପିଏସ୍‌ ଅଫିସର ତଥା ସାମାଜିକ କର୍ମୀ ଏସ୍‌.ଆର୍‌. ଦାରାପୁରୀଙ୍କ ପରିବାରଙ୍କୁ ଭେଟିବାକୁ ଯାଉଥିବା କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ପୋଲିସ ଅଟକାଇବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଜଣେ ମହିଳା ପୋଲିସ ତାଙ୍କ ବେକକୁ ଧରିବା ସହ ଧକ୍କା ମାରିଥିଲେ। ଫଳରେ ସେ ପଡ଼ିଯାଇଥିଲେ ବୋଲି ପ୍ରିୟଙ୍କା କହିଛନ୍ତି। ଦୁଇଟି ସ୍ଥାନରେ ପୋଲିସ ତାଙ୍କୁ ଅଟକାଇବା ବେଳେ ପ୍ରିୟଙ୍କା ସେମାନଙ୍କ ସହ ଯୁକ୍ତି କରିଥିଲେ। କାର୍‌କୁ ଆଗକୁ ଯିବାକୁ ନ ଦେବାରୁ ପ୍ରିୟଙ୍କା ଜଣେ ଦଳୀୟ କର୍ମୀଙ୍କ ସ୍କୁଟରରେ ଯାଇଥିଲେ। ଦୁଇ କିଲୋମିଟର ପରେ ପୋଲିସ ତାଙ୍କୁ ପୁଣି ଅଟକାଇବାରୁ ସେ ସେଠାରୁ ଚାଲି ଚାଲି ଯିବାକୁ ନିଷ୍ପତ୍ତି ନେଇଥିଲେ।
ପ୍ରିୟଙ୍କା ଗଣମାଧ୍ୟମକୁ କହିଛନ୍ତି, ପୋଲିସ ଅତ୍ୟାଚାରର ସମ୍ମୁଖୀନ ହୋଇଥିବା ପ୍ରତ୍ୟେକ ନାଗରିକଙ୍କ ପଛରେ ଛିଡ଼ାହେବାକୁ ସେ ପ୍ରତିବଦ୍ଧ। ଏହା ତାଙ୍କର ସତ୍ୟାଗ୍ରହ। ଏଭଳି ଢଙ୍ଗରେ ତାଙ୍କୁ ପୋଲିସ ଅଟକାଇବାର କୌଣସି କାରଣ ନ ଥିଲା। ସେମାନେ କ’ଣ ପାଇଁ ଏଭଳି କଲେ ତାହା ଭଗବାନ ଜାଣନ୍ତି ବୋଲି କଂଗ୍ରେସ ନେତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri