ପ୍ରୀତି ବନ୍ଧନ

ପ୍ରେମରେ ବି ପ୍ରତିଯୋଗିତା। ନିଜ ପ୍ରେମିକାକୁ ହାସଲ କରିବାକୁ ହେଲେ ପ୍ରେମିକକୁ ବେଳେବେଳେ ପରୀକ୍ଷା ଦେବାକୁ ପଡିଥାଏ। ଠିକ୍‌ ସେହିଭଳି ଏକ ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’। ନେକ୍ସଟ୍‌ ଡୋର୍‌ ଫିଲ୍ମସ୍‌ ବ୍ୟାନରରେ ନିର୍ମିତ ଏହି ଫିଲ୍ମଟି ଆସନ୍ତା ମାସରେ ପରଦା ଉପରକୁ ଆସିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏକ ନିଛକ ଓଡ଼ିଆ ଘରର କାହାଣୀକୁ ନେଇ ଚିତ୍ରଟିକୁ ପ୍ରସ୍ତୁତ କରାଯାଇଛି। ଏଥିରେ ଆମ ରାଜ୍ୟର କଳା, ସଂସ୍କୃତି ଓ ପରମ୍ପରାର ଝଲକ ରହିଛି। ପ୍ରଶାନ୍ତ କୁମାର ନାୟକ ଓ ନରେନ୍ଦ୍ର ପାତ୍ର ଏହାର ପ୍ରଯୋଜନା କରିଛନ୍ତି। ନିର୍ଦ୍ଦେଶନା ଦେଇଛନ୍ତି ଅଭିନେତା-କମ୍‌-ନିର୍ଦ୍ଦେଶକ ରାଶେସ ମହାନ୍ତି (ସିଲୁ)। ସଙ୍ଗୀତ ଭାର ସମ୍ଭାଳିଛନ୍ତି ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ସୃତି ଆର୍‌ ଓ ସୁଧାକର ବସନ୍ତ। ସମ୍ବିତ, ତମନ୍ନା ଓ ତୃପ୍ତି, ପୁଷ୍ପା ପଣ୍ଡା, ପୃଥ୍ବୀରାଜ ନାୟକ, ଭୂପତି ତ୍ରିପାଠୀ, କେଦାର ମିଶ୍ର, ଥିନ୍‌, ସର ଅପା, ଅଳକା, ପ୍ରଶାନ୍ତ ନାୟକ, ନୂପୁର ଓ ସସ୍ମିତାଙ୍କୁ ଏଥିରେ ଦେଖିବାକୁ ମିଳିବ। ଫିଲ୍ମଟିର କ୍ରିଏଟିଭ ହେଡ ଏବଂ ମିଡିଆ ପ୍ଲାନର ଅଛନ୍ତି ପ୍ରଣୟ ଜେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri