Posted inଖେଳ

ପ୍ରୁତ୍ର ସନ୍ତାନ ଲାଭ କଲେ ଗୀତା- ପବନ

ନୂଆଦିଲ୍ଲୀ, ୨୪।୧୨- ଅଭିଜ୍ଞ ମହିଳା ରେସଲର ଗୀତା ଫୋଗତ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ସେ ଓ ତାଙ୍କ ସ୍ବାମୀ ରେସଲର ପବନ କୁମାର ପୁତ୍ର ସନ୍ତାନ ଲାଭ କରିଛନ୍ତି। ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜୟିନୀ ଗୀତା ଏନେଇ ଟୁଇଟରରେ ଏକ ଫଟୋ ପୋଷ୍ଟ କରିଛନ୍ତି। ଏଥିରେ ପତି, ପୁଅ ସମେତ ଗୀତଙ୍କୁ ଦେଖିବାକୁ ମିଳିଛି। ପୂର୍ବତନ ପହିଲବାନ ମହାବୀର ସିଂ ଫୋଗତଙ୍କ ବଡ଼ ଝିଅ ଗୀତା ୩ ବର୍ଷ ତଳେ ରେସଲର ପବନ କୁମାରଙ୍କୁ ବିବାହ କରିଥିଲେ। ଗୀତା ମଧ୍ୟ ୨୦୦୯ରେ ଜଳନ୍ଧର ଓ ୨୦୧୧ରେ ମେଲବୋର୍ନରେ ଅନୁଷ୍ଠିତ କମନଓ୍ବେଲ୍‌ଥ ଚାମ୍ପିୟନଶିପ୍‌ରେ ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏଥିସହିତ ସେ ଏକାଧିକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ରୌପ୍ୟ ଓ ବ୍ରୋଞ୍ଜ ପଦକ ମଧ୍ୟ ହାସଲ କରିଥିଲେ। ଉଲ୍ଲେଖଥାଉ କି, ଗୀତା ଓ ତାଙ୍କ ସାନ ଭଉଣୀ ବବିତା ଫୋଗତଙ୍କୁ ନେଇ ବଲିଉଡ ସିନେମା ‘ଦଙ୍ଗଲ’ ନିର୍ମାଣ କରାଯାଇଥିଲା ଓ ଏହା ସୁପର ହିଟ୍‌ ହୋଇଥିଲା। ସୁପରଷ୍ଟାର ଅମୀର ଖାଁ ଏହି ଦୁଇ ଭଉଣୀଙ୍କ ପିତାଙ୍କ ଭୂମିକାରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri