Posted inଖେଳ

ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ

ପ୍ରେଗ୍‌,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲର ଓପନ୍‌ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ ରହିବା ସହ ୭.୫ ପଏଣ୍ଟ ଅର୍ଜନ କରିଥିଲେ। ସ୍ଲୋଭାକିଆର ଜର୍ଗସ ପେଚାକ୍‌ ଏବଂ ନରଓ୍ବେର ଜୋହାନ-ସେବାଷ୍ଟିଆନ ଖ୍ରିଷ୍ଟିଆନସେନ୍‌ ମଧ୍ୟ ସମାନ ୭.୫ ପଏଣ୍ଟ ହାସଲ କରିଥିଲେ। ହେଲେ ଆକାଶ ଟାଇବ୍ରେକରରେ ବିଜୟୀ ହୋଇଥିଲେ। ତାମିଲନାଡୁର ଏହି ଖେଳାଳି ଲାଟିିଭିଆ ବିପକ୍ଷ ତାଙ୍କ ଫାଇନାଲ ଗେମ୍‌ ୫୧ଟି ମୁଭ୍‌ ପରେ ଡ୍ର ରଖିଥିଲେ। ୮ମ ରାଉଣ୍ଡରେ ଭାରତର ଏହି ଅନ୍ତର୍ଜାତୀୟ ମାଷ୍ଟର ଗ୍ରାଣ୍ଡମାଷ୍ଟର ଅର୍ମାନ ମିକେଲୟାନଙ୍କୁ ପରାସ୍ତ କରିଥିଲେ। ଆକାଶ ୨୦ତମ ସିଡ୍‌ ଭାବେ ଏହି ଇଭେଣ୍ଟ ଆରମ୍ଭ କରିଥିଲେ। ଏଠାରେ ସେ ଗ୍ରାଣ୍ଡମାଷ୍ଟର୍ସ ନର୍ମ ହାସଲ କରିବା ସହ ଆସନ୍ତା ବର୍ଷ ହେବାକୁଥିବା ଟୁର୍ନାମେଣ୍ଟର ଚ୍ୟାଲେଞ୍ଜର୍ସ ଇଭେଣ୍ଟରେ ଭାଗ ନେବାଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri