ପ୍ରେମ ପାଇଁ ଦିନଟିଏ…

ପ୍ରେମ ଶାଶ୍ୱତ, ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ସ ଡେ’ ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃୟାରୀ ୭ ଅର୍ଥାତ୍‌ ରୋଜ୍‌ ଡେ’ରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଥିବା ବେଳେ ୧୪ ହେଉଛି ସବୁଠୁ ଖୁସିର ଦିନ। ପ୍ରେମ ସପ୍ତାହର ଶେଷଦିନରେ ନିଜର ମନଖୋଲି କଥା ହୋଇଥାନ୍ତି ପ୍ରେମୀଯୁଗଳ। ଦିନଟିକୁ ସ୍ମରଣୀୟ କରିବା ଲାଗି ପରସ୍ପରକୁ ବିଭିନ୍ନ ସର୍‌ପ୍ରାଇଜ୍‌ ଗିଫ୍ଟ ମଧ୍ୟ ଦେଇଥାନ୍ତି। ଏହିଦିନଟି କାହିଁକି ଏବଂ କେବେଠୁ ପାଳନ କରାଯାଇଆସୁଛି ଜାଣନ୍ତୁ ଏ ସମ୍ପର୍କରେ…

www.hdnicewallpapers.com

ରୋମ୍‌ର ଜଣେ ପାଦ୍ରୀ ଥିଲେ ସେଣ୍ଟ୍‌ ଭାଲେଣ୍ଟାଇନ୍‌। ବିଶ୍ୱକୁ ପ୍ରେମମୟ କରିବା ଲାଗି ସେ ସର୍ବଦା ଚାହୁଁଥିଲେ। ତାଙ୍କ ପାଇଁ ପ୍ରେମ ଜୀବନ ଥିଲା। କିନ୍ତୁ ଏହି ସହରରେ ଥିବା ଜଣେ ରାଜା ସେଣ୍ଟଙ୍କ ଏପରି କଥାକୁ ବିରୋଧ କରୁଥିଲେ। ରାଜାଙ୍କୁ ଲାଗୁଥିଲା ପ୍ରେମ କିମ୍ବା ବିବାହ କଲେ ପୁରୁଷର ଶକ୍ତି ଏବଂ ବୁଦ୍ଧି ନଷ୍ଟ ହୋଇଥାଏ। ଏହି କାରଣରୁ ରାଜ୍ୟର କୌଣସି ସୈନିକ ଏବଂ ଅଧିକାରୀ ବିବାହ କରି ପାରୁ ନ ଥିଲେ। ସେଣ୍ଟ ଭାଲେଣ୍ଟାଇନ୍‌ ରାଜାଙ୍କ ଏହି ଆଦେଶକୁ ବିରୋଧ କରୁଥିଲେ। ସେ ରୋମ୍‌ବାସୀଙ୍କୁ ପ୍ରେମ ଏବଂ ବିବାହ କରିବାକୁ ଉତ୍ସାହିତ କରିଥିଲେ।

ଖାଲି ଏତିକି ନୁହେଁ, କିଛି ସୈନିକ ଏବଂ ଅଧିକାରୀଙ୍କ ବିବାହ ମଧ୍ୟ କରାଇଲେ। ଏହି କଥାରେ ରାଜା ଭୀଷଣ ରାଗିଗଲେ। ଫଳରେ ସେଣ୍ଟ୍‌ ଭାଲେଣ୍ଟାଇନ୍‌ଙ୍କୁ ଖ୍ରୀଷ୍ଟପୂର୍ବ ୨୬୯ ଫେବୃୟାରୀ ୧୪ରେ ଫାଶୀ ଦେଇଦେଲେ। ଏହିଦିନଠାରୁ ସହରରେ ପ୍ରତିବର୍ଷ ଫେବୃୟାରୀ ୧୪ରେ ‘ପ୍ରେମ ଦିବସ’ ଭାବେ ପାଳନ କରାଯାଇଆସୁଛି। ବର୍ତ୍ତମାନ ସାରା ବିଶ୍ୱରେ ଏହିଦିନଟିକୁ ମଧ୍ୟ ପ୍ରେମୀଯୁଗଳ ପାଳନ କଲେଣି। କୁହାଯାଏ, ଭାଲେଣ୍ଟାଇନ୍‌ ଫାଶୀ ପାଇବା ସମୟରେ ଜେକୋବସ୍‌ ନାମକ ଜଣେ ଚକ୍ଷୁହୀନ ଯୁବତୀଙ୍କୁ ଚକ୍ଷୁଦାନ କରିଥିଲେ। ଜେକୋବସ୍‌ଙ୍କୁ ସେଣ୍ଟ୍‌ ଭାଲେଣ୍ଟାଇନ୍‌ ଏକ ପତ୍ର ଲେଖିଥିଲେ। ଯେଉଁଥିରେ ଲେଖାଥିଲା ତୁମର ଭାଲେଣ୍ଟାଇନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri