Posted inଜାତୀୟ

ପ୍ରେମ ବିବାହକୁ ନା କରିବାରୁ ମହିଳା ପୋଲିସ ଅଧିକାରୀଙ୍କୁ ଗୁଳିକରି ହତ୍ୟା,ପ୍ରେମିକ ପୋଲିସ ଅଧିକାରୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୮ା୨: ଉତ୍ତର-ପଶ୍ଚିମ ଦିଲ୍ଲୀରେ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ପୋଲିସ ଏସ୍‌ଆଇ ପ୍ରୀତି ଅହଲାଓ୍ବତ୍‌(୨୬) ମେଟ୍ରୋ ଷ୍ଟେଶନର ପୋଲିସ ଏକାଡେମୀରୁ କାମସାରି ଘରକୁ ଫେରୁଥିବାବେଳେ ଅନ୍ୟ ଜଣେ ପୋଲିସ ଅଧିକାରୀ ତାଙ୍କୁ ୩ ରାଉଣ୍ଡ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପ୍ରେମ ବିବାହକୁ ନେଇ ଏଭଳି ଗୁଳିକାଣ୍ଡ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ଘଟଣାଟି ରୋହିଣି ଅଞ୍ଚଳରେ ଶୁକ୍ରବାର ରାତି ୯.୩୦ରେ ଘଟିଥିଲା। ପ୍ରୀତିଙ୍କ ମୁଣ୍ଡରେ ଗୁଳିମାଡ଼ ହେବାରୁ ସେ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ପ୍ରୀତିଙ୍କୁ ଗୁଳିକରି ମାରିବା ପରେ ୨୦୧୮ ବ୍ୟାଚ୍‌ର ଏସ୍‌.ଆଇ. ଦୀପାଂଶୁ ରାଠି ହରିୟାନାର ସୋନିପଥରେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିବାବେଳେ ସିସିଟିଭି ଫୁଟେଜ୍‌ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଯାଞ୍ଚ କରୁଛି। ଘଟଣାସ୍ଥଳରୁ ୩ଟି କାଟ୍ରିଜ୍‌ ପୋଲିସ ଜବତ କରିଥିବା ବରିଷ୍ଠ ପୋଲିସ ଅଧିକାରୀ ଏସ୍‌.ଡି. ମିଶ୍ର ପ୍ରକାଶ କରିଛନ୍ତି। ସୋନିପଥରୁ ଏକ କାର୍‌ ଭିତରୁ ଦୀପାଂଶୁଙ୍କ ମୃତଦେହକୁ ମଧ୍ୟ ଜବତ କରାଯାଇଛି।
ସୋନିପଥ ନିବାସୀ ପ୍ରୀତି ପ୍ରତାପଗଞ୍ଜ ଶିଳ୍ପାଞ୍ଚଳ ପୋଲିସ ଷ୍ଟେଶନରେ ନିଯୁକ୍ତି ପାଇଥିବାବେଳେ ରୋହିଣିରେ ସେ ଭଡ଼ାଘର ନେଇ ରହୁଥିଲେ। ଦୀପାଂଶୂ ପ୍ରୀତିଙ୍କୁ ଭଲ ପାଉଥିବାବେଳେ ବିବାହ କରିବାକୁ ଚାହୁଁଥିଲେ। ହେଲେ ପ୍ରୀତି ଏହାକୁ ପ୍ରତ୍ୟାଖ୍ୟାନ କରିବାରୁ ବିବାଦ ଦେଖାଦେଇଥିଲା। ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି ଗୁଳିକାଣ୍ଡ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri