ପ୍ରେମ ବିବାହକୁ ବିରୋଧ କରି ହତ୍ୟା ଉଦ୍ୟମ ଅଭିଯୋଗ: ଶଳାଙ୍କ ଟାଙ୍ଗିଆ ଚୋଟରେ ଭିଣୋଇ ଗୁରୁତର

ପରଜଙ୍ଗ, ୨ା୫(ଡି.ଏନ.ଏ.)- ପରିବାରର ବିନା ସ୍ବୀକୃତିରେ ପ୍ରେମ ବିବାହ କରିଥିବା ଯୋଗୁ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଳଦା ଗ୍ରାମର ବିଜୟ ନାଏକ ।ଦୁଇ ଶଳାଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ଆହତ ହୋଇ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ବିଜୟଙ୍କ ସ୍ତ୍ରୀ ସୁଭଦ୍ରା ନାଏକ ଥାନାରେ ଲିଖିତ  ଅଭିଯୋଗ କରିଛନ୍ତି ।
ଅଭିଯୋଗ ମୁତାବକ, କଳଦା ଗ୍ରାମର ବିଜୟ ଓ ସେହି ଗ୍ରାମର ସୁଭଦ୍ରାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ପରେ ଉଭୟେ ଘରୁ ପଳାଇ କାମାକ୍ଷାନଗର କୋର୍ଟରେ ବିବାହ କରିଥିଲେ। ଏହାକୁ ଝିଅ ଘର ପରିବାର ଲୋକେ ବିରୋଧ କରିବା ସହ ବିଜୟଙ୍କୁ ହତ୍ୟା ଧମକ ଦେଉଥିବା ନେଇ ସୁଭଦ୍ରା ପୂର୍ବରୁ ପରଜଙ୍ଗ ଥାନାରେ ମଧ୍ୟ ଅଭିଯୋଗ କରିଥିଲେ। ବିଜୟ ଓ ସୁଭଦ୍ରା ଦେଢ଼ ବର୍ଷ  ସମ୍ପର୍କୀୟଙ୍କ ଘରେ ରହିବା ପରେ କିଛି ଦିନ ତଳେ ଗାଁକୁ ଫେରି ବିଜୟଙ୍କ ଘରେ ରହୁଥିଲେ। ଗତ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ଚାରିଟା ବେଳେ ବିଜୟ ଗାଁ ହାଇସ୍କୁଲ ପଡ଼ିଆରେ କ୍ରିକେଟ ଖେଳି ଘରକୁ ଫେରୁଥିବା ବେଳେ ପୂର୍ବ ଯୋଜନା ମୁତାବକ ସୁଭଦ୍ରାଙ୍କ ଦୁଇ ଭାଇ ଅମର ନାଏକ ଓ କୁବେର ନାଏକ ବିଜୟଙ୍କୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ।  ବିଜୟ ମରିଯାଇଥିବା ଭାବି ୨ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ। ପରେ ସେହି ବାଟ ଦେଇ ଯାଉଥିବା ଲୋକେ ବିଜୟଙ୍କୁ ଦେଖି ଆମ୍ବୁଲାନ୍ସ ଯୋଗେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଢେଙ୍କାନାଳ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ଅଭିଯୋଗ କ୍ରମେ ପରଜଙ୍ଗ ପୋଲିସ ଏକ ମାମଲା ରୁଜୁ କରିଛି । ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ସନ୍ତୋଷ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri