ପ୍ରେମ ବିବାହକୁ ବିରୋଧ କରି ହତ୍ୟା ଉଦ୍ୟମ ଅଭିଯୋଗ: ଶଳାଙ୍କ ଟାଙ୍ଗିଆ ଚୋଟରେ ଭିଣୋଇ ଗୁରୁତର

ପରଜଙ୍ଗ, ୨ା୫(ଡି.ଏନ.ଏ.)- ପରିବାରର ବିନା ସ୍ବୀକୃତିରେ ପ୍ରେମ ବିବାହ କରିଥିବା ଯୋଗୁ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଳଦା ଗ୍ରାମର ବିଜୟ ନାଏକ ।ଦୁଇ ଶଳାଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ଆହତ ହୋଇ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ବିଜୟଙ୍କ ସ୍ତ୍ରୀ ସୁଭଦ୍ରା ନାଏକ ଥାନାରେ ଲିଖିତ  ଅଭିଯୋଗ କରିଛନ୍ତି ।
ଅଭିଯୋଗ ମୁତାବକ, କଳଦା ଗ୍ରାମର ବିଜୟ ଓ ସେହି ଗ୍ରାମର ସୁଭଦ୍ରାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ପରେ ଉଭୟେ ଘରୁ ପଳାଇ କାମାକ୍ଷାନଗର କୋର୍ଟରେ ବିବାହ କରିଥିଲେ। ଏହାକୁ ଝିଅ ଘର ପରିବାର ଲୋକେ ବିରୋଧ କରିବା ସହ ବିଜୟଙ୍କୁ ହତ୍ୟା ଧମକ ଦେଉଥିବା ନେଇ ସୁଭଦ୍ରା ପୂର୍ବରୁ ପରଜଙ୍ଗ ଥାନାରେ ମଧ୍ୟ ଅଭିଯୋଗ କରିଥିଲେ। ବିଜୟ ଓ ସୁଭଦ୍ରା ଦେଢ଼ ବର୍ଷ  ସମ୍ପର୍କୀୟଙ୍କ ଘରେ ରହିବା ପରେ କିଛି ଦିନ ତଳେ ଗାଁକୁ ଫେରି ବିଜୟଙ୍କ ଘରେ ରହୁଥିଲେ। ଗତ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ଚାରିଟା ବେଳେ ବିଜୟ ଗାଁ ହାଇସ୍କୁଲ ପଡ଼ିଆରେ କ୍ରିକେଟ ଖେଳି ଘରକୁ ଫେରୁଥିବା ବେଳେ ପୂର୍ବ ଯୋଜନା ମୁତାବକ ସୁଭଦ୍ରାଙ୍କ ଦୁଇ ଭାଇ ଅମର ନାଏକ ଓ କୁବେର ନାଏକ ବିଜୟଙ୍କୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ।  ବିଜୟ ମରିଯାଇଥିବା ଭାବି ୨ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ। ପରେ ସେହି ବାଟ ଦେଇ ଯାଉଥିବା ଲୋକେ ବିଜୟଙ୍କୁ ଦେଖି ଆମ୍ବୁଲାନ୍ସ ଯୋଗେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଢେଙ୍କାନାଳ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ଅଭିଯୋଗ କ୍ରମେ ପରଜଙ୍ଗ ପୋଲିସ ଏକ ମାମଲା ରୁଜୁ କରିଛି । ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ସନ୍ତୋଷ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri