ପ୍ରେମ ବ୍ୟାପାରରୁ ଯୁବକଙ୍କ ଜୀବନ ଗଲା: ୨ ଗିରଫ

ବାଲେଶ୍ୱର ଅଫିସ,୧୪।୫-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗୋଶାଳପଦାର ଜଣେ ଯୁବକଙ୍କୁ ପ୍ରେମ ବ୍ୟାପାର ପାଇଁ ହତ୍ୟା କରାଯାଇ ବୁଢ଼ାବଳଙ୍ଗ ନଦୀରେ ଫୋପାଡ଼ି ଦିଆଯାଇଛି। ପୋଲିସ ମୃତଦେହକୁ ଉଦ୍ଧାର କରିଛି। ମୃତ ଯୁବକଙ୍କ ଭାଇଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ସହଦେବଖୁଣ୍ଟା ଥାନାରେ ମାମଲା (ନଂ. ୧୫୧/୨୦) ରୁଜୁ କରାଯାଇ ଘଟଣାରେ ତଦନ୍ତ ଆରମ୍ଭ ହୋଇଥିଲା। ହତ୍ୟାକାଣ୍ଡରେ ସମ୍ପୃକ୍ତ ୨ ଯୁବକଙ୍କୁ ସହଦେବଖୁଣ୍ଟା ପୋଲିସ ଗୁରୁବାର ଗିରଫ କରିଛି।
ଗୋଶାଳପଦାର ବିଜୟକୃଷ୍ଣ ଗିରି ଏବଂ ବାରବାଟି ଅଞ୍ଚଳର ରୋହିତ ସେନ ଦୁଇ ଯୁବକ ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। ଗତ ମଙ୍ଗଳବାର ଅପରାହ୍ନ ୨ଟାରେ ବାରବାଟୀସ୍ଥିତ ନିର୍ମାଣାଧୀନ ଏକ କୋଠାଘର ଭିତରେ ଉଭୟେ କଥା ହେଉଥିବା ବେଳେ ଝଗଡ଼ା ଲାଗିଥିଲେ। ରୋହିତ ଉତ୍ତ୍ୟକ୍ତ ହୋଇ ଏକ ରଡ୍‌ରେ ବିଜୟଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ବିଜୟଙ୍କ ମୃତ୍ୟୁ ହୋଇଥିଲା। ପରେ ରୋହିତ ତାଙ୍କ ସାଙ୍ଗ ମାଣିଖମ୍ବ ଅଞ୍ଚଳର କ୍ରୀଷ୍ଣା ସେଠୀଙ୍କ ସହାୟତାରେ ବିଜୟଙ୍କ ମୃତଦେହକୁ ବାଲିଘାଟସ୍ଥିତ ବୁଢ଼ାବଳଙ୍ଗ ନଦୀକୁ ଫୋପାଡ଼ି ଦେଇଥିଲେ। ବିଜୟ ଘରକୁ ନ ଫେରିବାରୁ ବଡ଼ଭାଇ ଦେବାଶିଷ ସହଦେବଖୁଣ୍ଟା ଥାନାରେ ସାନଭାଇ ନିଖୋଜ ଥିବା ନେଇ ଲିଖିତ ଭାବେ ଜଣାଇଥିଲେ। ବୁଧବାର ଚୁନଭାଟିସ୍ଥିତ ଶ୍ରୀନିକ୍ସ କଲେଜ ପଛପଟ ବୁଢ଼ାବଳଙ୍ଗ ନଦୀ ତଟରେ ଏକ ମୃତଦେହ ଭାସୁଥିବା ପୋଲିସକୁ ଖବର ମିଳିଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ମୃତଦେହ ଉଦ୍ଧାର କରିବା ସହ ବିଜୟ ବୋଲି ଚିହ୍ନଟ କରିଥିଲେ। ବିଭିନ୍ନ ସୂତ୍ରରୁ ଖବରପାଇ ପୋଲିସ ରୋହିତ ଓ କ୍ରୀଷ୍ଣାଙ୍କୁ ଅଟକାଇ ଘଟଣାର ସତ୍ୟାସତ୍ୟ ଜାଣିବା ପରେ ଉକ୍ତ ଦୁଇଜଣଙ୍କୁ ଗିରଫ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri