ପ୍ରେମକୁ ମିଳିଲା ନାହିଁ ପରିବାରର ସ୍ବୀକୃତି: ଜୀବନ ହାରିଲେ ପ୍ରେମୀଯୁଗଳ

କବିସୂର୍ଯ୍ୟନଗର,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଅଞ୍ଚଳ ସୁନାପଲ୍ଲୀ ଗ୍ରାମରେ ଶନିବାର ଏକ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ବିଜ୍ଞାନୀ ନାହକ ଓ କୈଳାସ ନାହକ। ସକାଳେ ଗ୍ରାମର ହରିଜନ ସାହି ନିକଟରେ ଥିବା ଏକ ଗଛରେ ଦୁଇଜଣଙ୍କ ମୃତଦେହ ଝୁଲୁଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ସେମାନେ ପୋଲିସକୁ ଖବର ଦେଇଥିଲେ। କବିସୂର୍ଯ୍ୟନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ପରିବାରଲୋକଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, କୈଳାସ-ବିଜ୍ଞାନୀ ପରସ୍ପରକୁ ଦୁଇବର୍ଷ ଧରି ପ୍ରେମ କରୁଥିଲେ। ଉଭୟେ ବିବାହ କରିବାକୁ ଚାହୁଁଥିଲେ ହେଁ ପରିବାର ପକ୍ଷରୁ ସ୍ବୀକୃତି ମିଳୁ ନ ଥିଲା। ଶୁକ୍ରବାର ମଧ୍ୟ ଗ୍ରାମରେ ବୈଠକ ଡକାଯାଇଥିଲା। ହେଲେ ଏଥିରେ କୌଣସି ନିଷ୍ପତ୍ତି ହୋଇପାରି ନ ଥିଲା। ଅପରପକ୍ଷେ କୈଳାସ ବିଜ୍ଞାନୀଙ୍କୁ ନିଜ ଘରକୁ ନେଇଥିଲେ। ହେଲେ ତାଙ୍କ ବାପା ଏହାକୁ ଗ୍ରହଣ କରିବେ ନାହିଁ ବୋଲି କହି ଉଭୟଙ୍କୁ ତଡ଼ି ଦେଇଥିଲେ। ଏହାକୁ ନେଇ ସେମାନେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପରିବାରଲୋକେ ଅନୁମାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri