ପ୍ରେମିକ ପରିକ୍ଷୀତଙ୍କ ସହ ନିର୍ବନ୍ଧ କଲେ ନୀତି

ମୁମ୍ବାଇ: ପ୍ରଥମେ ବନ୍ଧୁତା ତା’ ପରେ ପ୍ରେମ, ଆଉ ଏବେ ବିବାହ। ଏଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ନୀତି ଟେଲରଙ୍କ ଜୀବନରେ। ଟେଲିଭିଜନ ଜଗତରେ ଜଣେ ଚୁଲବୁଲି ନାୟିକା ଭାବେ ନୀତିଙ୍କୁ ସମସ୍ତେ ଜାଣନ୍ତି। ଏବେ ସେ ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି। ମଙ୍ଗଳବାର ପ୍ରେମିକ ପରିକ୍ଷୀତ ବାବାଙ୍କ ସହ ନୀତିଙ୍କ ନିର୍ବନ୍ଧ ଶେଷ ହୋଇଛି। ଚଳିତ ବର୍ଷ ଶେଷ ସୁଦ୍ଧା ଉଭୟେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି ବୋଲି କୁହାଯାଉଛି।

ନୀତିଙ୍କ ଅଭିନୟ ଜୀବନକୁ ଯଦି ଦେଖାଯାଏ ତେବେ ସେ ୨୦୦୯ରେ ‘ପ୍ୟାର କା ବନ୍ଧନ’ ଧାରାବାହିକରୁ ଡେବ୍ୟୁ କରିଥିଲେ। ଏହାପରେ ତାଙ୍କୁ ‘ୟେ ହେ ଆଶିକି’, ‘ଓ୍ବେବ୍ଡ’, ‘ପ୍ୟାର ତୁନେ କ୍ୟା କିୟା’, ‘କୌସି ହେ ୟାରିୟାଁ’ ଭଳି ଶୋ’ରେ ନାୟିକା ଭାବେ ଦେଖିବାକୁ ମିଳିଛି। ନିଜର ଅଭିନୟ ଚାତୁରୀକୁ ନେଇ ତାଙ୍କର ପ୍ରଶଂସକ ମଧ୍ୟ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri