ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ

କାମାକ୍ଷାନଗର, ୨୧।୮(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ପ୍ରେମିକ। ହିତାହିତ ଜ୍ଞାନ ହରାଇ ଧାରୁଆ ଛୁରିରେ କାଟିଦେଲେ ପ୍ରେମିକାଙ୍କ ତଣ୍ଟି। କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ଘଟିଥିବା ଏପରି ସ୍ପର୍ଶକାତର ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖାଯିବା ସୁଦ୍ଧା ଏ ନେଇ ଥାନାରେ ଅଭିଯୋଗ ହୋଇନାହିଁ। ପୋଲିସ ସୂଚନା ପାଇ ଖୋଳତାଡ଼ ଆରମ୍ଭ କରିଛି।
ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ଯୁବତୀ ଏବଂ ଯୁବକଙ୍କର ଘର ସୁନ୍ଦରଗଡ଼ ଅଞ୍ଚଳରେ। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଯୁବତୀ ଜଣକ କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ରହୁଥିବା ନିଜ ଉଭଣୀଙ୍କ ଘରକୁ ଆସିଥିଲେ। ତାଙ୍କୁ ପିଛା କରି ସମ୍ପୃକ୍ତ ଯୁବକ ମଧ୍ୟ ଉକ୍ତ ଗ୍ରାମକୁ ଆସିଥିଲେ। ମଙ୍ଗଳବାର ରାତିରେ ଯୁବତୀ ଜଣକ ପରିସ୍ରା କରିବାକୁ ଉଠିଥିବାବେଳେ ପ୍ରେମିକ ପହଞ୍ଚତ୍ ତାଙ୍କ ସହ ଫେରାର ହୋଇଯିବାକୁ ବାଧ୍ୟ କରିଥିଲେ। ଏଥିରେ ଅନିଚ୍ଛା ପ୍ରକାଶ କରିବାରୁ ପ୍ରତିଶୋଧ ପରାୟଣ ହୋଇ ଅଭିଯୁକ୍ତ ଯୁବକ ଯୁବତୀଙ୍କ ବେକ, ହାତକୁ ତୀକ୍ଷ୍ମ ଛୁରିରେ କାଟି ପକାଇଥିଲେ। ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଏ ନେଇ କଙ୍କଡ଼ାହାଡ଼ ଥାନାଧିକାରୀ ପ୍ରମୋଦ କୁମାର ଲେଙ୍କା କୁହନ୍ତି, ଡାକ୍ତରଖାନା କର୍ତ୍ତୃପକ୍ଷଙ୍କଠାରୁ ସୂଚନା ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଫେରାର ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ମିଳିଛି। ତଦନ୍ତ ବାଧାପ୍ରାପ୍ତ ହେବା ଆଶଙ୍କା ଥିବାରୁ ତାଙ୍କ ନାମ ଗୋପନ ରଖାଯାଇଛି। ଯୁବତୀ ଗୁରୁତର ଥିବାରୁ କଥାବାର୍ତ୍ତା କରିପାରୁନାହାନ୍ତି। ତାଙ୍କ ବୟାନ ରେକର୍ଡ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri