ପ୍ରେମିକାକୁ ହତ୍ୟା କରିବା ପୂର୍ବରୁ ଇଣ୍ଟରନେଟ୍‌ରୁ ବନ୍ଧୁକ ତିଆରି କଳା ଶିଖିଥିଲେ ପ୍ରେମିକ

କୋଲକାତା, ୨୧।୬- ପ୍ରଥମେ ଇଣ୍ଟରନେଟ୍‌ରୁ ବନ୍ଧୁକ ତିଆରି କରିବା କଳା ଶିଖିଲେ। ଏହାପରେ ନିଜେ ପ୍ରସ୍ତୁତ କରିଥିବା ସେହି ହାତ ତିଆରି ବନ୍ଧୁକରେ ପୂର୍ବତନ ପ୍ରେମିକାଙ୍କୁ ଗୁଳି କରି ହତ୍ୟା କଲେ। କୋଲକାତାରେ ଘଟିଥିବା ଏଭଳି ଏକ ବିରଳ ଘଟଣାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ଦକ୍ଷିଣ କୋଲକାତାର ୨୬ ବର୍ଷୀୟ ଜଣେ ଟ୍ୟାକ୍ସି ଚାଳକ ଶନିବାର ନିଜ ପୂର୍ବତନ ପ୍ରେମିକାକୁ ଗୁଳି କରି ହତ୍ୟା କରିଥିଲେ। ରାକେଶ ହାଲ୍‌ଦାର ନାମକ ଏହି ବ୍ୟକ୍ତି ଜଣଙ୍କ ବିବାହିତ ଥିଲେ ମଧ୍ୟ ଆନନ୍ଦପଲ୍ଲୀ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀଙ୍କୁ ଭଲ ପାଉଥିଲେ। କିନ୍ତୁ କୌଣସି କାରଣରୁ ପ୍ରେମିକା ଜଣଙ୍କ ତାଙ୍କଠାରୁ ଦୂରେଇ ଯାଇଥିଲେ। ଏଥିରେ ରାଗିଯାଇ ରାକେଶ ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିଥିଲେ। ପ୍ରେମିକାକୁ ଗୁଳି କରି ହତ୍ୟା କରିବାକୁ ରାକେଶ ଯୋଜନା କରିଥିଲେ। ଏଥିପାଇଁ ସେ ପ୍ରଥମେ ବନ୍ଧୁକ କିପରି ତିଆରି ହୁଏ ସେସବୁ ଭିଡିଓକୁ ଇଣ୍ଟରନେଟ୍‌ ଦେଖିଥିଲେ। ଏହାପରେ ନିଜେ ଘରେ ସିଙ୍ଗଲ-ଶଟ୍‌ ପିସ୍ତଲ ତିଆରି କରିଥିଲେ ବୋଲି କୋଲକାତା ପୋଲିସର ଯୁଗ୍ମ କମିଶନର (କ୍ରାଇମ) ମୁରଲୀଧର ଶର୍ମା କହିଛନ୍ତି। ଏହି ବନ୍ଧୁକ ନେଇ ସେ ଶୋଇଥିବା ଅବସ୍ଥାରେ ନିଜ ପ୍ରେମିକାଙ୍କୁ ଗୁଳି କରି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri