ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଫ୍ୟାନରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଞ୍ଚଳର ସର୍ବେଶ୍ୱର ପରିଡ଼ା ଓରଫ ପିଙ୍କୁ (୧୯)। ବୁଧବାର ସାରେ ଏହି ଘଟଣା ଘଟିଥିବା ବେଳେ ଗୁରୁବାର କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୩/୨୦୨୩) ରୁଜୁ କରି ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ତଦନ୍ତ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ସର୍ବେଶ୍ୱର ଆତ୍ମହତ୍ୟା କରିଥିବା ଜଣାପଡ଼ିଥିବା ବେଳେ ଏନେଇ ସ୍ପଷ୍ଟ ହେବାକୁ ପୋଲିସ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଛି। ସର୍ବେଶ୍ୱର ଭିଡିଓ କଲ୍‌ କରି ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକେ କହୁଥିଲେ ମଧ୍ୟ ପୋଲିସ ଏନେଇ ସ୍ପଷ୍ଟ ହୋଇପାରିନାହିଁ। ସିଡିଆର୍‌ ରିପୋର୍ଟ ଏବଂ ଅନ୍ୟ ଦିଗକୁ ତଦନ୍ତ ହେବା ପରେ ଏନେଇ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।
ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁଯାୟୀ, ସର୍ବେଶ୍ୱର କିଛି ମାସ ହେବ ପୁରୁଣା ଭୁବନେଶ୍ୱରରେ ଥିବା ଏକ ଗାଡ଼ି ସର୍ଭିସ୍‌ ସେଣ୍ଟରରେ କାମ କରୁଥିଲେ। ନିକଟରେ ରହୁଥିବା ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ହୋଇଥିଲା। ତେବେ କିଛିଦିନ ହେବ ପ୍ରେମିକାଙ୍କ ସହ ତାଙ୍କର ବିଚ୍ଛେଦ ହୋଇଥିଲା। ଏପରିକି ପ୍ରେମିକାଙ୍କ ସହିତ ଅନ୍ୟ ଜଣେ ଯୁବକଙ୍କ ବିବାହ ସ୍ଥିର ହୋଇଯିବା ପରେ ସର୍ବେଶ୍ୱର ଭାଙ୍ଗିପଡ଼ିଥିଲେ। ବୁଧବାର ସେ କାମ ସାରି ସାରେ ଘରକୁ ଫେରିବା ପରେ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଆତ୍ମହତ୍ୟା କରିବେ ବୋଲି କହିଥିଲେ। ଏନେଇ ଯୁବତୀ ଜଣଙ୍କ ତାଙ୍କ ରୁମ୍‌ ପାଖକୁ ଆସି ଘର ମାଲିକଙ୍କୁ ଜଣାଇଥିଲେ। ଘର ମାଲିକ ଓ ସ୍ଥାନୀୟ ଲୋକେ କବାଟ ତାଲା ଭାଙ୍ଗି ଦେଖିବାବେଳକୁ ସର୍ବେଶ୍ୱର ଆତ୍ମହତ୍ୟା କରିଥିଲେ। ଏନେଇ ସେମାନେ ପୋଲିସକୁ ଖବର ଦେବା ସହ ତାଙ୍କୁ ମେଡିିକାଲ ନେଇଯାଇଥିଲେ। ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri