ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ, ବାହାହୋଇ ଫେରିଲେ

ଅମରପାଲି,୨୪ା୫(ଡି.ଏନ.ଏ.): କୋଭିଡ୍‌-୧୯ କଟକଣା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏପରି ପରିସ୍ଥିତି ଯୋଗୁ ଜଣେ ଯୁବକ ନିଜ ପ୍ରେମିକାଙ୍କୁ ବହୁ କଷ୍ଟରେ ଦେଖା କରିବାକୁ ଆସିଥିଲେ। ହେଲେ ଏ କଥା ଗ୍ରାମବାସୀ ଜାଣିବା ପରେ ସମ୍ପୃକ୍ତ ଯୁବକଙ୍କ ସହିତ ତାଙ୍କ ପ୍ରେମିକାଙ୍କ ବିବାହ ସମ୍ପନ୍ନ କରାଇଛନ୍ତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଦାଦରପାଲି ଗ୍ରାମରେ ଘଟିଥିବା ଏହି ରୋଚକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ ଶୁକ୍ରବାର ରାତ୍ରି ପ୍ରାୟ ୧୦ ସମୟରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତର ଗଇଲଗୁଡି ଗ୍ରାମର କାର୍ତ୍ତିକ ଝାଙ୍କର (୨୬) ଦାଦରପାଲିରେ ରହୁଥିବା ତାଙ୍କ ପ୍ରେମିକାଙ୍କୁ ଭେଟିବାକୁ ବହୁ କଷ୍ଟରେ ଆସିଥିଲେ। ପ୍ରେମିକାଙ୍କ ସହ ତାଙ୍କ ସାକ୍ଷାତ୍‌ ହୋଇଥିଲା। ପ୍ରାୟ ୨ଘଣ୍ଟା ହସଖୁସିରେ ଦୁହେଁ ବୁଡି ରହିଥିଲେ। ଏମିତି କଥାବାର୍ତ୍ତା ଚାଲିଥିବାବେଳେ ଥକି ପଡିଥିବା କାର୍ତ୍ତିକ ପ୍ରେମିକାଙ୍କ ଘରେ ଶୋଇପଡ଼ିଥିଲେ। ଯୁବତୀଙ୍କ ପରିବାର ଲୋକେ କାର୍ତ୍ତିକଙ୍କୁ ଦେଖି ଗ୍ରାମବାସୀଙ୍କୁ ଏ କଥା ଜଣାଇଥିଲେ। ଶେଷରେ ଗ୍ରାମବାସୀ ତାଙ୍କୁ କାବୁ କରିବା ସହିତ କେତେଦିନ ହେଲା ଉଭୟଙ୍କ ମଧ୍ୟରେ ସମ୍ପର୍କ ରହିଛି ବୋଲି ପଚାରି ବୁଝିଥିଲେ। ଏନେଇ ସେହି ରାତିରେ ଗ୍ରାମରେ ଏକ ସଭା ବସିଥିଲା। ସଭାରେ ଯୁବକ ଜଣକ ସମ୍ପୃକ୍ତା ଯୁବତୀଙ୍କ ସହିତ ତାଙ୍କର ୫ବର୍ଷର ପ୍ରେମ ସମ୍ପର୍କ ଅଛି। ସେ ତାଙ୍କୁ ବିବାହ କରିବାକୁ ଚାହୁଁଥିବା କହିଥିଲେ। ଉଭୟ ପକ୍ଷର ସମ୍ମତି ପରେ ଗ୍ରାମବାସୀଙ୍କ ଉପସ୍ଥିତିରେ ସ୍ଥାନୀୟ ଦାଦରପାଲି ଭାଗବତ ମନ୍ଦିର ସମ୍ମୁଖରେ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri