ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବହଳଦା,୧୫।୬((ଡି.ଏନ୍‌.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକଦ୍ୱୟ ରାମେଶ୍ବର ପାତ୍ର (୨୪) ଓ ସାବିତ୍ରୀ ଦେଓଗାମ (୨୦) ବୋଲି ଜଣାପଡିଛି । ଗୋଟିଏ ଶାଢ଼ୀରେ ସେମାନେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ଏହା ପ୍ରେମଜନିତ ଘଟଣା ବୋଲି ପୋଲିସ ଅନୁମାନ କରୁଛି। ଏ ନେଇ ପୋଲିସ ତନାଘନା ଆରମ୍ଭ କରି ଥିବାବେଳେ ରାଇରଙ୍ଗପୁର ଡାକ୍ତରଖାନାକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri