Posted inଖେଳ

ପ୍ରେସିଡେଣ୍ଟ୍ସ କପ୍‌ ବକ୍ସିଂ: ସ୍ବର୍ଣ୍ଣ ଜିତିବାରେ ଶିବ ପ୍ରଥମ ଭାରତୀୟ

ନୂଆଦିଲ୍ଲୀ, ୨୧ା୭-ଚାରିଥର ଏସିଆନ ପଦକ ବିଜେତା ଶିବ ଥାପ୍ପା ପ୍ରଥମ ଭାରତୀୟ ବକ୍ସର ଭାବେ କାଜାଖସ୍ତାନର ଅଷ୍ଟାନାଠାରେ ଚାଲିଥିବା ପ୍ରେସିଡେଣ୍ଟ୍ସ କପ୍‌ ବକ୍ସିଂ ଟୁର୍ନାମେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ନୂତନଭାବେ ପ୍ରଚଳିତ ଅଲିମ୍ପିକ୍ସ କାଟେଗୋରି ୬୩ କେଜିିରେ ତାଙ୍କ ପ୍ରଥମ ପଦାର୍ପଣରେ ସେ ଏହି ସଫଳତା ହାସଲ କରିଛନ୍ତି। ଥାପ୍ପା ଫାଇନାଲ ମୁକାବିଲା ଜାକିର ସାଫିଲୁଦ୍ଦିନଙ୍କ ସହିତ କରିଥାନ୍ତେ। ମାତ୍ର ଆହତ ଯୋଗୁ ଏହି ବକ୍ସର ଜଣକ ଲଢେଇରୁ ଓହରିଯାଇଥିଲେ। ଫଳରେ ଓ୍ବାକଓଭର ଭିିତ୍ତିରେ ଥାପ୍ପା ବିଜୟୀ ହୋଇଥିଲେ। ଚଳିତ ବର୍ଷ ପ୍ରାରମ୍ଭରେ ଏସିଆନ ଚାମ୍ପିୟନଶିପ୍‌ ସେମିଫାଇନାଲରେ ଥାପ୍ପା କିନ୍ତୁ ସାଫିଲୁଦ୍ଦିନଙ୍କଠାରୁ ହାରିଯାଇଥିଲେ। ଅନ୍ୟ ଭାରତୀୟ ପ୍ରତିଯୋଗୀଙ୍କ ମଧ୍ୟରେ ମହିଳା ବକ୍ସର ପରବିନ୍‌ (୬୦କେଜି) ତାଙ୍କ ଫାଇନାଲ ବାଉଟରେ ସ୍ଥାନୀୟ ଆଶାୟୀ ରିମା ଭୋଲୋସୋଙ୍କୋଙ୍କ ନିକଟରୁ ପରାଜିତ ହୋଇ ରୌପ୍ୟ ପାଇଛନ୍ତି। ଅଲିମ୍ପିକ ଡିଭିଜନରେ ପ୍ରବେଶ କରିବା ପୂର୍ବରୁ ଥାପ୍ପା ଜଣେ ୬୦ କେଜି କାଟେଗୋରି ବକ୍ସର ଥିଲେ। ସେ କହିଛନ୍ତି ନୂଆ ଓ୍ବେଟ୍‌ କାଟେଗୋରି ସହ ଖାପ ଖୁଆଇବା ତାଙ୍କ ପକ୍ଷେ କଷ୍ଟକର ହୋଇ ନ ଥିଲା। ସୂଚନାଯୋଗ୍ୟ, ଟ୍ରାଏଲ୍‌ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ବିଜେତା ମନୀଷ କୌଶିକ୍‌ଙ୍କଠାରୁ ହାରିଯିବା ଯୋଗୁ ଥାପ୍ପା ଗତ ସେପ୍ଟେମ୍ବରରେ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିପାରି ନ ଥିଲେ। ଏଠାରେ ସେମିଫାଇନାଲ ପର୍ଯ୍ୟାୟରେ ସେ ଆର୍ଗନ କାଡିରିବେକୁଲୁଙ୍କୁ ୪-୧ରେ ପରାସ୍ତ କରିଥିଲେ। ପୂର୍ବରୁ ସ୍ବିଟି ବୋରା (୮୧କେଜି) ଏବଂ ଦୁର୍ଯ୍ୟୋଧନ ସିଂ ନେଗି (୬୯କେଜି) ସେମାନଙ୍କ କାଟେଗୋରିରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri