Posted inଖେଳ

ପ୍ରୋ-କବାଡ଼ି ଲିଗ: ଉଦ୍‌ଘାଟନୀ ମ୍ୟାଚରେ ୟୁ ମୁମ୍ବାର ବିଜୟ

ହାଇଦ୍ରାବାଦ,୨୧ା୭: ସ୍ଥାନୀୟ ଗୋଚିବାଓ୍ବଲି ଇନ୍‌ଡୋର ଷ୍ଟାଡ଼ିୟମରେ ପ୍ରୋ-କବାଡ଼ି ଲିଗ୍‌ର ସିଜନ-୭ ଶନିବରଠାରୁ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ ୟୁ ମୁମ୍ବା ୬ ପଏଣ୍ଟରେ ତେଲଗୁ ଟାଇଟାନ୍ସକୁ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫାଜଲ ଆଟ୍ରାଚାଲିଙ୍କ ନେତୃତ୍ୱାଧୀନ ୟୁ ମୁମ୍ବା ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲା। ଶେଷରେ ୟୁ ମୁମ୍ବା ଟିମ ୩୧-୨୫ ପଏଣ୍ଟରେ ତେଲଗୁ ଟାଇଟାନ୍ସକୁ ପରାସ୍ତ କରିବାରେ ସମର୍ଥ ହୋଇଥିଲା। ଅଭିଷେକ ସିଂ ଦଳ ଲାଗି ସର୍ବାଧିକ ୧୦ ପଏଣ୍ଟ ହାସଲ କରିଥିଲେ। ଅଭିଷେକ ସମସ୍ତ ପଏଣ୍ଟ୍‌ ରେଡ୍‌ କରି ହାସଲ କରିଥିଲେ। ଅନ୍ୟପକ୍ଷରେ ଗତଥର ୟୁ ମୁମ୍ବାରୁ ଖେଳୁ ଥିବା ସିଦ୍ଧାର୍ଥ ଦେଶାଇ ଚଳିତ ଥର ତେଲଗୁ ଟାଇଟାନ୍ସ ପକ୍ଷରୁ ଖେଳିଥିଲେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିଲେ। ପ୍ରତିଯୋଗିତାର ଦ୍ୱିତୀୟ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ବେଙ୍ଗାଲୁରୁ ବୁଲ୍ସ ପାଟନା ପିରାଟିଜକୁ ମାତ୍ର ୨ ପଏଣ୍ଟରେ ପରାସ୍ତ କରିଛି। ଉଭୟ ଦଳ ମଧ୍ୟରେ ମ୍ୟାଚ ସଂଘର୍ଷପୂର୍ଣ୍ଣ ହୋଇଥିଲା। ତେବେ ବେଙ୍ଗାଲୁରୁ ୩୪-୩୨ ପଏଣ୍ଟ୍‌ରେ ବିଜୟୀ ହୋଇଥିଲା। ବେଙ୍ଗାଲୁରୁ ପକ୍ଷରୁ ପଓ୍ବନ କୁମାର ଓ ପାଟନା ପକ୍ଷରୁ ପ୍ରଦୀପ ନରଓ୍ବାଲ ଦଳ ଲାଗି ୧୦-୧୦ ପଏଣ୍ଟ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁସ୍ତାକ ଅଲୀ ଟ୍ରଫି: ବିହାର ସିନିୟର ଦଳର ନେତୃତ୍ୱ ନେବେ ବୈଭବ ସୂର୍ଯ୍ୟବଂଶୀ

ପାଟନା,୬ା୧୧: ନଭେମ୍ବର ୧୪ରୁ ଆରମ୍ଭ ହେବାକୁଥିବା ସୟଦ ମୁସ୍ତାକ ଅଲି ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚ ପାଇଁ ସ୍ବଳ୍ପ ବୟସ୍କ ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ…

୪ ବର୍ଷ ବାସନ୍ଦ ହେଲେ ଏହି ଅଲିମ୍ପିକ ବିଜେତା, ଜାଣନ୍ତୁ…

ଲାଉସାନେ,୧୧ା୬: ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଅଲିମ୍ପିକ ଭାରୋତ୍ତୋଳକ ବ୍ରୋଞ୍ଜ ପଦକ ବିଜେତା ବୋଝିଦାର ଦିମିତ୍ରୋଭ ଆନ୍ଦ୍ରିଭଙ୍କୁ ଶୁକ୍ରବାର ୪ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି। ଫଳରେ ସେ ୨୦୨୮…

ସେହୱାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ଦମଦାର ଇନିଂସ; ନେପାଳକୁ ଧୂଳି ଚଟାଇ୧୦ ୱିକେଟରେ ଜିତିଲା ଭାରତ

ନୂଆଦିଲ୍ଲୀ,୬।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ, ଭାରତୀୟ ଦଳ ନେପାଳ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିଥିଲା। ଶୁକ୍ରବାର (ନଭେମ୍ବର ୬) ‘ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ’…

ଟିମ୍‌ଇଣ୍ଡିଆକୁ ମିଳିଗଲା ନୂଆ ସୁପରଷ୍ଟାର: ସେହ୍ବାଗ-ଦ୍ରାବିଡଙ୍କ ପୁଅ ଉପସ୍ଥିତି ସତ୍ତ୍ୱେ କଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ

ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା…

Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ

ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା…

ଦ୍ୱିତୀୟ ODI ପୂର୍ବରୁ ଟିମ ଇଣ୍ଡିଆରେ ବଡ଼ ହଲଚଲ: ସିରିଜ୍‌ରୁ ବାଦ୍‌ ପଡ଼ିଲେ ଷ୍ଟାର୍‌ ଖେଳାଳି, ଶୁଣିଲେ ଖୁସି ହୋଇଯିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ,୬।୧୧: ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ଦ୍ୱିତୀୟ ଦିନିକିଆ ମ୍ୟାଚ ଆସନ୍ତା ଶନିବାର, ନଭେମ୍ବର ୭ ତାରିଖରେ ୱେଲିଂଟନରେ…

ଟି-୨୦ କ୍ରିକେଟ୍‌ରେ ଆନ୍ଦ୍ରେ ରସେଲଙ୍କ ଐତିହାସିକ କୀର୍ତ୍ତିମାନ, ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୧: ଟି-୨୦ କ୍ରିକେଟ୍‌ରେ ନୂଆ ଇତିହାସ ରଚିଛନ୍ତି ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଖେଳାଳି ଆନ୍ଦ୍ରେ ରସେଲ। ଏହି ଫର୍ମାଟ୍‌ରେ ୧୦ ହଜାରରୁ ଅଧିକ ରନ ଏବଂ ୫୦୦ରୁ ଅଧିକ…

LIVE ମ୍ୟାଚ ସମୟରେ ଘଟିଲା ବଡ଼ ଦୁର୍ଘଟଣା: ଷ୍ଟ୍ରେଚର୍‌ରେ ଖେଳାଳିଙ୍କୁ ନିଆଗଲା ହସ୍ପିଟାଲ

ନୂଆଦିଲ୍ଲୀ,୬।୧୧: ବାଂଲାଦେଶ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସିଲହଟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?