Posted inଖେଳ

ପ୍ରୋ କବାଡି ଲିଗ୍‌: ଗୁଜରାଟକୁ ହରାଇଲା ୟୁ ମୁମ୍ବା

ଜୟପୁର,୨୩।୯(ପି.ଟି.)- ପ୍ରୋ କବାଡି ଲିଗ୍‌ରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ୟୁ ମୁମ୍ବା ୩୧- ୨୫ ବ୍ୟବଧାନରେ ଗୁଜରାଟ ଫର୍ଚ୍ୟୁନ୍‌ଜିଆଣ୍ଟ୍ସକୁ ପରାସ୍ତ କରିଛି। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୟୁ ମୁମ୍ବା ପାଇଁ ଅଭିଷେକ ସିଂ ଏ ସୁପର ୧୦ (୧୧ ରେଡ ପଏଣ୍ଟସ) ହାସଲ କରିଛନ୍ତି। ୟୁ ମୁମ୍ବା ପାଇଁ ଡିଫେନ୍ସରେ ସୁରିନ୍ଦର ସିଂ ଓ ହରେନ୍ଦ୍ର କୁମାର ଭଲ ପ୍ରଦର୍ଶନକରି ଉପଯୋଗୀ ପଏଣ୍ଟ ହାସଲ କରିଥିଲେ। ଏହି ବିଜୟ ସହ ମୁମ୍ବାଇର ଏହି ଦଳ ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନକୁ ଉଠିଛି ଓ ପ୍ଲେ ଅଫ୍‌ ପର୍ଯ୍ୟାୟ ଆଶାକୁ ଉଜ୍ଜୀବିତ ରଖିଛି। ଲିଗ୍‌ରେ ମୁମ୍ବାଇ ଓ ଗୁଜରାଟ ଡିଫେନ୍ସ ସବୁଠାରୁ ଉଚ୍ଚକୋଟୀର ରହିଥିବା ବେଳେ ଏହି ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଅନ୍ତିମ ୫ ମିନିଟ୍‌ରେ ଡିଫେନ୍ସରେ ଉଚ୍ଚକୋଟୀର ପ୍ରଦର୍ଶନ କରି ମୁମ୍ବାଇ ଶେଷରେ ବାଜି ମାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri