ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା

ପୁରୀ ଅଫିସ, ୨୮।୯:  ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋବର ୨ ତାରିଖରୁ ଆହୁରି ଜୋର୍‌ଦାର କରାଯିବ। ଏ ସଂକ୍ରାନ୍ତରେ ଏକ ବୈଠକ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୨ ତାରିଖରେ ବଡ଼ଦାଣ୍ଡରେ ଏକ ବିଶାଳ ଶୋଭାଯାତ୍ରା କରାଯିବ। ଘରକୁ ଘର ବୁଲି ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ ପାଇଁ ମଧ୍ୟ ଅଭିଯାନ ଆରମ୍ଭ ହେବ। ବିଭିନ୍ନ କାର୍ଯ୍ୟକ୍ରମ ବିବାହ, ବ୍ରତ ସମୟରେ ହୋଟେଲ କିମ୍ବା କଲ୍ୟାଣ ମଣ୍ଡପରେ ଥର୍ମୋକୁଲ ପ୍ଲେଟ ଓ ଗ୍ଲାସ ବ୍ୟବହାରକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରାଯିବ। ଖିଲାପକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଏହି ପ୍ଲାଷ୍ଟିକମୁକ୍ତ ଅଭିଯାନରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, କ୍ଷୁଦ୍ର ଓ ବଡ଼ ବ୍ୟବସାୟୀ ଏବଂ ହୋଟେଲ ସଂଘକୁ ମଧ୍ୟ ସାମିଲ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ବ୍ୟବସାୟୀ, ହୋଟେଲ ମାଲିକ, ବ୍ୟବସାୟୀ ସଂଘର କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri