ପ୍ଲାଷ୍ଟିକରୁ ପ୍ରସ୍ତୁତ ହେଉଛି କାଠ

ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ଏବେ ସାରା ପୃଥିବୀକୁ ଏକ ପ୍ରକାର ଅଡୁଆରେ ପକାଇ ଦେଇଛି। ତେଣୁ ଅନେକ ଦେଶ ପ୍ଲାଷ୍ଟିକ ବ୍ୟବହାର ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ହେଲେ କାନାଡା ଏହି ପ୍ଲାଷ୍ଟିକକୁ ପୁନଃବ୍ୟବହାର ଉପଯୋଗୀ କରିପାରିଛି। ସୂଚନା ଅନୁଯାୟୀ, କାନାଡାର ଏକ କମ୍ପାନୀ ଏହି କାମ କରିଛି। ନୋଭା ସ୍କୋଟିଆ ଅଞ୍ଚଳର ହାଲିଫାକ୍ସରେ ପ୍ରାୟ ୮୦ ପ୍ରତିଶତ ପ୍ଲାଷ୍ଟିକୁ ରିସାକ୍ଲି କରିଛି ଏକ କମ୍ପାନୀ। ଗୁଡଉଡ୍‌ ନାମକ ଏହି କମ୍ପାନୀ ଏବେ ପ୍ଲାଷ୍ଟିକୁ କାଠଭଳି ରୂପ ଦେଉଛି। ଯାହାର ବ୍ୟବହାର କୋଠା ନିର୍ମାଣରେ ବ୍ୟବହାର କରାଯାଉଛି। କାଠଭଳି ଏଥିରେ ଡ୍ରିଲ୍‌ କରିହେଉଥିବା କୁହାଯାଉଛି। ହାଲିଫାକ୍ସର ରାଜନେତା କମ୍ପାନୀର ଏହି କାମରେ ଖୁସି ବ୍ୟକ୍ତ କରିଛନ୍ତି। ଏହା କେବଳ ଯେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର ପରିମାଣକୁ କମ୍‌ କରୁଛି ତା’ନୁହେଁ ବରଂ ଗଛ କାଟିକାବୁ ମଧ୍ୟ କମ୍‌ କରିପାରିଛି ବୋଲି ସ୍ଥାନୀୟ ରାଜନେତା କହିଛନ୍ତି। ଗତବର୍ଷ ଡିସେମ୍ବରରେ ଏହି କମ୍ପାନୀ ନିଜର ନାଁ ଗୁଡଉଡ୍‌ ରଖିଛି। ଏହି କମ୍ପାନୀ ସୋବୋ ଗ୍ରୋସରୀ ଷ୍ଟୋର ସହ ମିଶି ଏମିତି ଏକ ପାର୍କିଂ ଏରିଆ ପ୍ରସ୍ତୁତ କରିଥିଲା ଯାହା ସମ୍ପୂର୍ଣ୍ଣ ଭାବେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରେ ନିର୍ମାଣ କରାଯାଇଥିଲା। କମ୍ପାନୀର ଅଧ୍ୟକ୍ଷ ମାଇକ ଚୌସି କୁହନ୍ତି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁକୁ ସମ୍ପୂର୍ଣ୍ଣ ରୂପେ ନଷ୍ଟ କରାଯାଇ ପାରିବ ନାହିଁ। ହେଲେ ଏଥିରେ ପାର୍କର ବେଞ୍ଚ, ପିକନିକ ଟେବୁଲ ଭଳି କିଛି ଜିନିଷ ପ୍ରସ୍ତୁତ କରି କିଛିଦିନ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

ହାମିଲଟନ ହଲ୍‌କୁ କବ୍‌ଜା କଲେ ବିକ୍ଷୋଭକାରୀ

ନ୍ୟୁୟର୍କ, ୧।୫: ଗତ କିଛିଦିନ ଧରି ପାଲେଷ୍ଟାଇନକୁ ସମର୍ଥନ କରି ଆମେରିକାର ଅନେକ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ ହେଉଥିବାବେଳେ ମଙ୍ଗଳବାର ଏହା ଉଗ୍ରରୂପ ଧାରଣ କରିଛି। କଲମ୍ବିଆ...

ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ

ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି,...

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri