ପ୍ଲାଷ୍ଟିକ୍‌ ବର୍ଜନ ନିମନ୍ତେ ଶପଥ ନେଲେ କୁନି ପିଲା

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିିତ ହୋଇଯାଇଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ୩ରୁ ୬ ବର୍ଷର କୁନି କୁନି ଶିଶୁମାନଙ୍କ ପାଇଁ ନୃତ୍ୟଗୀତ ଏବଂ ଅଭିନୟ ମାଧ୍ୟମରେ ଗାନ୍ଧିଜୀଙ୍କ ଅବଦାନ ସମ୍ପର୍କରେ ଉପସ୍ଥାପନା କରାଯାଇଥିଲା। ଏହି ଅବସରରେ ଶିଶୁଙ୍କୁ ଦୁଇ ଯୋଡ଼ା ପ୍ରାକ୍‌ବିଦ୍ୟାଳୟ ୟୁନିଫର୍ମ ବଣ୍ଟନ କରାଯାଇଥିଲା। ଆଜିଠାରୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ନିଷେଧ ପରିପ୍ରେକ୍ଷୀରେ ପିଲାଙ୍କୁ ସଚେତନ କରାଯାଇଥିବାବେଳେ ସେମାନେ ପ୍ଲାଷ୍ଟିକ୍‌ ବର୍ଜନ ନିମନ୍ତେ ଶପଥ ଗ୍ରହଣ କରିଥିଲେ। ‘ସ୍ବଚ୍ଛ ଭାରତ ଅଭିଯାନ’ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିସରକୁ ସଫେଇ କରାଯାଇଥିଲା। ବିଶେଷକରି ବାପୁ ଗୁରୁତ୍ୱ ଦେଉଥିବା ସ୍ବଚ୍ଛତାର ଆବଶ୍ୟକତା ସମ୍ପର୍କରେ ପିଲାଙ୍କୁ ନାଟକ ମାଧ୍ୟମରେ ସଚେତନ କରାଯିବା ସହ ବିଭିନ୍ନ କେନ୍ଦ୍ରରେ ଶେଭାଯାତ୍ରାମାନ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମାତାପିତା, ଜେଜେମା’ଜେଜେବାପା, ଗୋଷ୍ଠୀର ସଦସ୍ୟମାନେ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ପଞ୍ଚାୟତିରାଜ ପ୍ରତିନିଧି ତଥା ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇଥିଲେ। ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଆଇସିଡିଏସ୍‌ କର୍ମକର୍ତ୍ତାମାନେ କାର୍ଯ୍ୟକ୍ରମଗୁଡ଼ିକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri