ପ୍ୟାକ୍ସ ଦୁର୍ନୀତି ତଦନ୍ତ ଦାବି: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀଙ୍କ ଅନଶନ

ବରଗଡ଼ ଅଫିସ, ୧।୧୧: ବରଗଡ଼ ଜିଲା ଝାରବନ୍ଧ ଥାନା ଡଭା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ବିଗତ ବର୍ଷରେ ଧାନ କିଣାବିକାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀମାନେ ବାରମ୍ବାର ପ୍ରଶାସନକୁ ଜଣାଇବା ସତ୍ତ୍ୱେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ଶୁକ୍ରବାରଠାରୁ ଡଭା ଆଞ୍ଚଳିକ କୃଷକ ସଂଗଠନର ଚାଷୀ ପ୍ରତିନିଧିମାନେ ବରଗଡ ଜିଲାପାଳ ଅଫିସ ସମ୍ମୁଖରେ ଅନଶନ ଆରମ୍ଭ କରିଛନ୍ତି। ୨୧ଜଣ ଅନଶନରେ ବସିଥିବା ବେଳେ ବହୁସଂଖ୍ୟକ ଚାଷୀ ପ୍ରତିନିଧି ସମର୍ଥନ ଜଣାଇ ସେଠାରେ ଉପସ୍ଥିତ ଅଛନ୍ତି। ଡଭା ପ୍ୟାକ୍ସରେ ହୋଇଥିବା ଅନିୟମିତତାର ଉଚ୍ଚସ୍ତରୀୟ ତଦନ୍ତ, ନୂତନ ସମ୍ପାଦକ ନିଯୁକ୍ତି, ବୀମା ସହାୟତା ପ୍ରଦାନରେ ଏସିଏଫ୍‌ ଉଚ୍ଛେଦ, କ୍ଷତିଗ୍ରସ୍ତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡି ପ୍ରଦାନ ଆଦି ଦାବି କରିଛନ୍ତି। ଡଭା ଆଞ୍ଚଳିକ କୃଷକ ସଂଗଠନର ସମ୍ପାଦକ ଅଶୋକ କୁମାର ସାହୁ, ଜୟ କିଷାନ, ଆନ୍ଦୋଳନର ଆବାହକ ରମେଶ ମହାପାତ୍ର ପ୍ରମୁଖ ଏହାର ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri