ଫକୀରପୁର ଯୁବକଙ୍କ ମୃତ୍ୟୁ ଘଟଣା : ଧୀରେ ଧୀରେ ଖୋଲୁଛି ରହସ୍ୟ

ଆନନ୍ଦପୁର,୨୪।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଗତ ୧୬ ତାରିଖ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ମୃତକ ହେଉଛନ୍ତି ଫକୀରପୁର ଗ୍ରାମର କାଶୀନାଥ ଦାଶଙ୍କ ପୁଅ ମଣ୍ଟୁଣି ଦାଶ ଓରଫ ଦୀପକ ରଞ୍ଜନ ଦାଶ(୩୫)। ଏହି ଘଟଣାରେ ମଣ୍ଟୁଣିଙ୍କ ବାପା କାଶୀନାଥ ପୁଅକୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। କେସ୍‌ ନଂ ୧୨୯/୧୯ରେ ଘଟଣାର ତଦନ୍ତକାରୀ ଅଧିକାରୀ ଏସଆଇ ଦିଲେଶ୍ୱର ରାଉତ ଭଦ୍ରକ ଥାନା ତଦନ୍ତରେ ଯାଇ ସିସିଟିଭି ଫୁଟେଜ୍‌ ସଂଗ୍ରହ କରିବା ସହିତ ଆବଶ୍ୟକ ତଥ୍ୟ ହାସଲ କରିଛନ୍ତି। ଭଦ୍ରକ ପୋଲିସ ଦ୍ୱାରା ମଣ୍ଟୁଣିଙ୍କ ଉପରେ ହୋଇଥିବା ମାଡ଼ ଘଟଣାକୁ ଖଣ୍ଡନ କରିଛି ଆନନ୍ଦପୁର ପୋଲିସ। ପୋଲିସ ତଦନ୍ତ ପ୍ରକ୍ରିୟାର ଅଗ୍ରଗତି ଅନୁସାରେ ମୃତ ମଣ୍ଟୁଣିଙ୍କ ପରିବାର କରିଥିବା ହତ୍ୟା ଅଭିଯୋଗକୁ ପୋଲିସ ପରୋକ୍ଷରେ ଅସ୍ବୀକାର କରିଛି। ଅଧିକ ତଦନ୍ତ ଚାଲୁ ରହିଥିବା ଆନନ୍ଦପୁର ଆଇଆଇସି ଗଗନ ବିହାରୀ ବିଶ୍ୱାଳ ସୂଚନା ଦେଇଥିବାବେଳେ ଅତ୍ୟଧିକ ମଦ୍ୟପାନ କିମ୍ବା ଆତ୍ମହତ୍ୟା ଅନ୍ୟ କାରଣ ହୋଇପାରେ ବୋଲି କହିଛନ୍ତି। ତେବେ ମୃତ ମଣ୍ଟୁଣିଙ୍କ ଗ୍ରାମ ଫକୀରପୁରରେ ସ୍ଥାନୀୟ ଲୋକେ ବଡ଼ ଶ୍ୱଶୁର ପୂର୍ଣ୍ଣଚନ୍ଦ୍ର ପତିଙ୍କୁ କାନଧରି ଆଣ୍ଠେଇ ଦେବା ଓ ମାଡ଼ମାରିବା ଭିଡିଓ ଭାଇରାଲ ହୋଇଥିଲେ ବି ଏନେଇ କୌଣସି ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ ବିଶ୍ୱାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri