ଫକୀରମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: ‘ରାଜନୀତି, ପ୍ରଶାସନଠାରୁ ଶିକ୍ଷାନୁଷ୍ଠାନ ମୁକ୍ତ ରହୁ’

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲା ରେମୁଣା ସ୍ଥିତ ବ୍ୟାସବିହାର ଠାରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ପୂର୍ବତନ ଅଧ୍ୟକ୍ଷ ତଥା କିଟ୍‌ର ଭାଇସ୍‌ ଚାନ୍ସଲର ପ୍ରଫେସର ବେଦ୍‌ ପ୍ରକାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷକ, ଛାତ୍ର ଏବଂ ପ୍ରଶାସନ ଅଧିକାରୀ ଓ ରାଜନୈତିକ ନେତାଙ୍କ ଭଳି ୩ଟି ସ୍ତମ୍ଭ ଉପରେ ବକ୍ତବ୍ୟ ରଖିଥିଲେ। ଶିକ୍ଷକମାନେ ଗବେଷଣା ଉପରେ ଗୁରୁତ୍ୱ ଦେଇ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷାରେ ସହଯୋଗ କଲେ ଶିକ୍ଷା ସଫଳତାର ଶୀର୍ଷରେ ପହଞ୍ଚି ପାରିବ ବୋଲି କହିବା ସହିତ ଛାତ୍ରୀଛାତ୍ରମାନେ ଆମତ୍ବିଶ୍ୱାସ, କଠୋର ପରିଶ୍ରମ କରି ସାମ୍ପ୍ରତିକ ପରିସ୍ଥିତିକୁ ମୁକାବିଲା କରିବା ଲାଗି ଛାତ୍ର ଅବସ୍ଥାରୁ ପ୍ରସ୍ତୁତ ହେବା ସକାଶେ ଆହ୍ବାନ ଦେଇଥିଲେ। ସେହିପରି ପ୍ରଶାସନ ଅଧିକାରୀ ଓ ରାଜନେତାମାନେ ଶିକ୍ଷାନୁଷ୍ଠାନରେ କୌଣସି ହସ୍ତକ୍ଷେପ ନ କରି ସେମାନଙ୍କୁ ମୁକ୍ତ ଭାବରେ କାର୍ଯ୍ୟ କରିବାକୁ ଦେଇ ଏକ ସୁସ୍ଥ, ଶିକ୍ଷା ବାତାବରଣ ସୃଷ୍ଟି କରିବା ପାଇଁ ସୁଯୋଗ ଦେବା ଆବଶ୍ୟକ ବୋଲି ସେ କହିଥିଲେ।
ସମାବର୍ତ୍ତନ ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ ଅଧ୍ୟକ୍ଷତା କରିଥିଲେ। ସେ ଗୀତା ଭାଗବତରୁ କିଛି ପଙ୍‌କ୍ତି ଉଦ୍ଧାର କରି କହିଥିଲେ, ଆଧ୍ୟାମତ୍ିକତାକୁ ଗୁରୁତ୍ୱ ଦେଇ ଜୀବନକୁ ସରଳ ଭାବରେ ଗଢ଼ିବା ସହ ଅତି ସୁନ୍ଦର ସମାଜ ସୃଷ୍ଟି କରିବା ଦିଗରେ ଛାତ୍ରୀଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ସେହିପରି ବିଭିନ୍ନ ଟେକ୍ନୋଲୋଜିକୁ ଗୁରୁତ୍ୱ ଦେବା ଫଳରେ ସୃଷ୍ଟି ହେଉଥିବା ମହାବିପଦ ଦାୟକ ଭାଇରସ୍‌ ମାନବ ସମାଜକୁ କବଳିତ କରିବା ଭଳି ପରିସ୍ଥିତିକୁ କେବଳ ଛାତ୍ର ସମାଜ ମୁକାବିଲା କରିପାରିବେ ବୋଲି ସେ ପରାମର୍ଶ ଦେଇଥିଲେ। କୁଳପତି ପ୍ରଫେସର ମଧୁମିତା ଦାସ ବିଶ୍ୱବିଦ୍ୟାଳୟର ବିବରଣୀ ଉପସ୍ଥାପନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୁଳସଚିବ ଅମର ସିଂ ସୋରେନ ମଞ୍ଚାସୀନ ରହିଥିଲେ। ସମାବର୍ତ୍ତନ ଉତ୍ସବରେ ବିଶ୍ୱବିଦ୍ୟାଳୟର ସିନେଟ୍‌, ସିଣ୍ଡିକେଟ୍‌, ଏକାଡ଼େମିକ୍‌ କାଉନ୍‌ସିଲର ଓ ବିଭିନ୍ନ ବିଭାଗର ମୁଖ୍ୟମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri