Posted inଜାତୀୟ

ଫଡନବିସଙ୍କୁ ବିରୋଧୀ ଦଳ ନେତା ବୋଲି ସମ୍ବୋଧନ କରିବେ ନାହିଁ ଉଦ୍ଧବ

ମୁମ୍ବାଇ,୧।୧୨: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ମେଣ୍ଟ ସରକାର ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଆଉ ବିରୋଧୀ ଆସନରେ ବସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ। ହେଲେ ଉଦ୍ଧବ, ଫଡନବିସଙ୍କୁ ବିରୋଧି ଦଳ ନେତା ବୋଲି ସମ୍ବୋଧନ କରିବେ ନାହିଁ ବୋଲି କହିଛନ୍ତି। ବରଂ ଜଣେ ଦାୟିତ୍ୱ ସମ୍ପନ୍ନ ନେତା ବୋଲି କହିବେ। ସେ ଫଡନବିସଙ୍କଠାରୁ ବହୁତ କିଛି ଶିଖିଛନ୍ତି ବୋଲି କହିଛନ୍ତି। ତେଣୁ ଆମେ ଦୁହେଁ ସବୁବେଳେ ବନ୍ଧୁ ଥିଲୁ ଓ ବନ୍ଧୁ ହୋଇ ରହିବୁ। ଗତ ୫ ବର୍ଷ ମଧ୍ୟରେ ସେ ଭାଜପା ସରକାରକୁ କେବେ ଧୋକା ଦେଇ ନାହାଁନ୍ତି ବୋଲି କହିଛନ୍ତି। ଯଦି ଫଡନବିସ ଆମ ସହ ଭଲ ସମ୍ପର୍କ ରଖିଥାଆନ୍ତେ ତେବେ ଆଜି ଏହିଦିନ ଦେଖିବାକୁ ପଡି ନ ଥାଆନ୍ତା ବୋଲି ମଧ୍ୟ ଉଦ୍ଧବ ମତ ଦେଇଛନ୍ତି। ଉଦ୍ଧବ କହିଛନ୍ତି ଭାଜପା ଯେହେତୁ ଆମର ଭଲ ଚାହେଁ ତେଣୁ ସେ ଫଡନବିସଙ୍କୁ ବିରୋଧୀ କହିବା ଠିକ୍‌ ହେବନାହିଁ। ସୂଚନାଯୋଗ୍ୟ, ଶନିବାର ଉଦ୍ଧବଙ୍କ ସରକାର ଆସ୍ଥା ଭୋଟରେ ଜିତିବା ପରେ ରବିବାର କଂଗ୍ରେସ ନେତା ନାନା ପାଟୋଲେଙ୍କୁ ମିଳିଛି ବାଚସ୍ପତି ଆସନ। ଆଉ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ମିଳିଛି ବିରୋଧୀ ଆସନ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri