‘ଫନୀ’ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ପ୍ରଦାନରେ ଅନିୟମିତତା: ତହସିଲ କାର୍ଯ୍ୟାଳୟ ଘେରାଉ

ପଟ୍ଟାମୁଣ୍ଡାଇ ୫।୧୧(ସ୍ବ.ପ୍ର.) ବାତ୍ୟା ‘ଫନୀ’ରେ କେନ୍ଦ୍ରାପଡ଼ା ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ଇତିମଧ୍ୟରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ବେ ପ୍ରଶାସନର ନୀରବତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହାୟତା ରାଶି ପ୍ରଦାନରେ ଅନିୟମିତତା ଦେଖାଦେଇଛି। ଯୋଗ୍ୟ ହିତାଧିକାରୀଙ୍କ ବଦଳରେ ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି । ଏ ନେଇ ମଙ୍ଗଳବାର ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ଆଗରେ ଶତାଧିକ କ୍ଷତିଗ୍ରସ୍ତ ପରିବାର ଆମରଣ ଅନଶନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେରଖି ପୋଲିସ ମୁତୟନ ହୋଇଛି। ଅନଶନକାରି ତହସିଲଦାରଙ୍କୁ ଦାବିପତ୍ର ଦେବା ସହ ଏହାର ଏକ ନକଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶା ରାଜସ୍ବମନ୍ତ୍ରୀ, କଟକ ଆରଡିସି, କେନ୍ଦ୍ରାପଡ଼ା ଜିଲାପାଳ, ପଟ୍ଟାମୁଣ୍ଡାଇ ଥାନା ଆରକ୍ଷୀନିରିକ୍ଷକ, ପଟ୍ଟାମୁଣ୍ଡାଇ ପୌରପରିଷଦର ନିର୍ବାହୀଅଧିକାରୀ, କେନ୍ଦ୍ରାପଡ଼ା ଉପଜିଲାପାଳଙ୍କ ଗୋଚରାର୍ଥେ ପଠାଯାଇଛି। ଏହି ଦାବିପତ୍ରରେ
ଘରଭଙ୍ଗା ସହାୟତାରୁ ବାଦ୍‌ ପଡ଼ିଥିବା ଯୋଗ୍ୟ ଓ ଗରିବ ହିତାଧିକାରୀଙ୍କୁ ଚିହ୍ନଟକରି ସହାୟତା ପ୍ରଦାନ, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଓ ନୂତନ ଆବେଦନକୁ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri