‘ଫନୀ’ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ପ୍ରଦାନରେ ଅନିୟମିତତା: ତହସିଲ କାର୍ଯ୍ୟାଳୟ ଘେରାଉ

ପଟ୍ଟାମୁଣ୍ଡାଇ ୫।୧୧(ସ୍ବ.ପ୍ର.) ବାତ୍ୟା ‘ଫନୀ’ରେ କେନ୍ଦ୍ରାପଡ଼ା ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ଇତିମଧ୍ୟରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ବେ ପ୍ରଶାସନର ନୀରବତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହାୟତା ରାଶି ପ୍ରଦାନରେ ଅନିୟମିତତା ଦେଖାଦେଇଛି। ଯୋଗ୍ୟ ହିତାଧିକାରୀଙ୍କ ବଦଳରେ ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି । ଏ ନେଇ ମଙ୍ଗଳବାର ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ଆଗରେ ଶତାଧିକ କ୍ଷତିଗ୍ରସ୍ତ ପରିବାର ଆମରଣ ଅନଶନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେରଖି ପୋଲିସ ମୁତୟନ ହୋଇଛି। ଅନଶନକାରି ତହସିଲଦାରଙ୍କୁ ଦାବିପତ୍ର ଦେବା ସହ ଏହାର ଏକ ନକଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶା ରାଜସ୍ବମନ୍ତ୍ରୀ, କଟକ ଆରଡିସି, କେନ୍ଦ୍ରାପଡ଼ା ଜିଲାପାଳ, ପଟ୍ଟାମୁଣ୍ଡାଇ ଥାନା ଆରକ୍ଷୀନିରିକ୍ଷକ, ପଟ୍ଟାମୁଣ୍ଡାଇ ପୌରପରିଷଦର ନିର୍ବାହୀଅଧିକାରୀ, କେନ୍ଦ୍ରାପଡ଼ା ଉପଜିଲାପାଳଙ୍କ ଗୋଚରାର୍ଥେ ପଠାଯାଇଛି। ଏହି ଦାବିପତ୍ରରେ
ଘରଭଙ୍ଗା ସହାୟତାରୁ ବାଦ୍‌ ପଡ଼ିଥିବା ଯୋଗ୍ୟ ଓ ଗରିବ ହିତାଧିକାରୀଙ୍କୁ ଚିହ୍ନଟକରି ସହାୟତା ପ୍ରଦାନ, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଓ ନୂତନ ଆବେଦନକୁ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri