ଫନୀ ବିପନ୍ନ ଗୃହ କର୍ତ୍ତାଙ୍କୁ ୨କୋଟି ଟଙ୍କା ବଣ୍ଟନ

ଧର୍ମଶାଳା,୧୮ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲରେ ଚଳିତ ବର୍ଷ ଫନିବାତ୍ୟାରେ କ୍ଷତିଗ୍ରସ୍ତ ୬୨୭୯ ଜଣ ଗୃହକର୍ତ୍ତାଙ୍କୁ ଗୁରୁବାର ସୁଦ୍ଧା ୨କୋଟି ୭ଲକ୍ଷ ୭ହଜାର ୩ଶହ ଟଙ୍କା ତହସିଲ ପକ୍ଷରୁ ବ୍ୟାଙ୍କ ଜରିଆରେ ବଣ୍ଟନ କରାଯାଇଛି ବୋଲି ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ସୂଚନା ଦେଇଛନ୍ତି। ଏହି ତହସିଲ ଅଧିନସ୍ଥ ୧୧ଟି ସର୍କଲର ୬ହଜାର ୩୦୪ଜଣ କ୍ଷତିଗ୍ରସ୍ତଙ୍କୁ ଯାଜପୁର ଜିଲାପାଳ ରଞ୍ଜନ ଦାସ ଗତ ମାସ ୨୯ତାରିଖର ଅନୁମୋଦନ କ୍ରମେ ୨କୋଟି ୮ଲକ୍ଷ ୭୮ହଜାର ୧୦୦ଟଙ୍କା ମଞ୍ଜୁର କରିଥିଲେ। ନାକପୋଲ ସର୍କଲର-୫ଜଣ, ତଳଗଡ଼-୫ଜଣ, ଆରୁହା-୩ଜଣ, ଶ୍ରୀନଗର-୮ଜଣ, ବଳରାମପୁର(୨) ସର୍କଲର- ୪ଜଣ ମୋଟ ୨୫ଜଣଙ୍କ ପାଶ୍‌ ବୁକ ନମ୍ବର ଭୁଲ ଥିବାରୁ ସେମାନଙ୍କ ପାଇଁ ମଞୁର ହୋଇଥିବା ଏକଲକ୍ଷ ୭୦ହଜାର୮୦୦ଟଙ୍କା ପାଇବାକୁ ବାକି ଅଛି ବୋଲି ତହସିଲଦାର ସୂଚନା ଦେଇଛନ୍ତି। ଫନି ବାତ୍ୟାରେ ୩୩୯୨ କଚାଘର, ୩୩୮ଟି କୁଡ଼ିଆ ଘର,୧୯୭୪ଟି ଗୁହାଳ କ୍ଷତିଗ୍ରସ୍ତ ହୋଇଥିଲା ବୋଲି ଧର୍ମଶାଳା ତହସିଲଦାର ପଣ୍ଡା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri