ଫନୀ ବିପନ୍ନଙ୍କ ପାଇଁ ସହାୟତା ଯୋଗାଡ଼ କଲା କନ୍ଧମାଳ ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୧ା୫(ଡି.ଏନ୍‌.ଏ.): ରାଜଧାନୀ ଭୁବନେଶ୍ୱର ସମେତ ପୁରୀ, କଟକ, କେନ୍ଦ୍ରାପଡ଼ା ଆଦି ଜିଲାରେ ଫନୀ ବାତ୍ୟାରେ ବହୁ କ୍ଷୟକ୍ଷତି ହେବା ସହ ଲୋକଙ୍କ ଆର୍ଥତ୍କ ମାନଦଣ୍ଡ ଭାଙ୍ଗିପଡ଼ିଛି। ଏଥିପାଇଁ ଜିଲା ତଥା ଜିଲା ବାହାରୁ ବିଭିନ୍ନ ବର୍ଗରୁ ସହାୟତାର ହାତ ବଢ଼ାଯାଇଥିବାବେଳେ କନ୍ଧମାଳ ପୋଲିସ ମଧ୍ୟ ଏଥିରେ ଯୋଡ଼ି ହୋଇଛି। ଶୁକ୍ରବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ କର୍ମଚାରୀମାନେ ଲୋକଙ୍କଠାରୁ ସହାୟତା ଯୋଗାଡ଼ କରି ଶନିବାର ପୋଲିସ ଜିଲା ହେଡକ୍ୱାର୍ଟରକୁ ପଠାଇଛନ୍ତି। ସେଠାରୁ ସମସ୍ତ ଥାନାର ସହାୟତା ସାମଗ୍ରୀ ରାଜଧାନୀକୁ ଯିବ ବୋଲି ଜଣାପଡ଼ିଛି। କନ୍ଧମାଳ ଏସପି ପ୍ରତୀକ ସିଂଙ୍କ ପରାମର୍ଶକ୍ରମେ ଦାରିଙ୍ଗବାଡ଼ି ଆଇଆଇସି ଅଲେଖ ଗରଡ଼ିଆଙ୍କ ନେତୃତ୍ୱରେ ସବଇନ୍ସପେକ୍ଟର  ଗୋପାଳକୃଷ୍ଣ ଆଗୁପାତ୍ର, ସୌମ୍ୟରଞ୍ଜନ ଜେନା, ଅନୀଲ କୁମାର ଦେବତା, ଏଏସ୍‌ଆଇ ଆର.ଭିମୋରାଓ ରେଡ୍ଡୀ, ହାବିଲଦାର ଗଜେନ୍ଦ୍ର ବିଶୋୟୀ ପ୍ରମୁଖ ଘର ଘର ବୁଲି ସହାୟତା ଯୋଗାଡ଼ କରିଥିଲେ। ଏଥିରେ ୧୭ ପ୍ୟାକେଟ୍‌ ଚାଉଳ ସମେତ ଗୋଟିଏ ପ୍ୟାକେଟ ଡାଲି, ୪ ପ୍ୟାକେଟ ଆଳୁ, ୧୫ କେଜି ଗୁଡ଼, ୫ କାଟୁନ ବିସ୍କୁଟ ସହ ନଗଦ ୨୨ ହଜାର ୭୫୦ ଟଙ୍କା ସହାୟତା ମିଳିଛି। ସେହିପରି ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ସବଇନ୍ସପେକ୍ଟର ସଂଗ୍ରାମ ଜେନା, ଏଏସ୍‌ଆଇ ପ୍ରମୋଦ ଦୀପ୍‌, ରାଇଟର ଶିବ ମଲ୍ଲିକ, ଗ୍ରାମର ଯୁବନେତା ବାବୁନି ପଣ୍ଡା, ବିରଞ୍ଚି ବିଶୋୟୀ ପ୍ରମୁଖ ଏହି କାର୍ଯ୍ୟରେ ସାମିଲ ହୋଇ ଚାଉଳ ସମେତ ଡାଲି, ଗୁଡ଼, ଚୁଡ଼ା ଏବଂ ନଗଦ ରାଶି ଯୋଗାଡ଼ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri