ଫନୀ ମୁକାବିଲା: ରାଜ୍ୟ ଦାବି କଲା ୫୨୦୦ କୋଟି

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ବାତ୍ୟା ଫନୀ ମୁକାବିଲା କରିବାରେ ଓଡ଼ିଶାର ପ୍ରସ୍ତୁତି ଏବଂ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପ୍ରଣାଳୀ ବିଶ୍ୱସ୍ତରୀୟ ଥିଲା ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଏନ୍‌.ଡି.ଏମ୍‌.ଏ.) ସଦସ୍ୟ କମଲ କିଶୋର କହିଛନ୍ତି। ଗୁରୁବାର ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସରକାର ଏବଂ ଏନ୍‌.ଡି.ଏମ୍‌.ଏ. ସମନ୍ବୟ ବୈଠକରେ କମଲ ଏହା କହିଛନ୍ତି। ସେ ଆହୁରି କହିଛନ୍ତି, ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂତନ ମାନଙ୍କ ଓ ନିର୍ଣ୍ଣୟ ବିନ୍ଦୁ ନିର୍ଦ୍ଧାରଣ କରିଛିି। ଯାହା ଅନ୍ୟ ରାଜ୍ୟ ଓ ଦେଶଗୁଡ଼ିକ ପାଇଁ ଅନୁକରଣୀୟ ବୋଲି କିଶୋର କହିଛନ୍ତି।
ମୁଖ୍ୟ ଶାସନ ସଚିବ ପାଢୀ କହିଛନ୍ତି ଯେ, ଫନୀ ପରେ ଏବେ ପୁନଃ ଥଇଥାନ ଓ ପୁନଃ ନିର୍ମାଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ କରାଯାଇଛି। ଏହି କାର୍ଯ୍ୟରେ ଅନ୍ତର୍ଜାତୀୟ ସ୍ତରୀୟ ବୈଷୟିକ ସହାୟତା ଯୋଗାଇବା ପାଇଁ ସେ ଏନ୍‌.ଡି.ଏମ୍‌.ଏ.କୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ପରେ ଏନ୍‌.ଡି.ଆର୍‌.ଏଫ୍‌.ରୁ ମିଳିଥିବା ୧ହଜାର କୋଟି ଟଙ୍କାର ବିନିଯୋଗ ହୋଇସାରିଛି। ପୁନଃ ଥଇଥାନ କାର୍ଯ୍ୟ ଲାଗି ଏନ୍‌.ଡି.ଆର୍‌.ଏଫ୍‌.ରୁ ଆହୁରି ୫,୨୦୦ କୋଟି ଟଙ୍କା ଯୋଗାଇ ଦେବାକୁ ପାଢୀ ଅନୁରୋଧ ମଧ୍ୟ କରିଛନ୍ତି। ଏହାଛଡା ବାତ୍ୟା ସହନଶୀଳ ଗୃହ ନିର୍ମାଣ, ବିଦ୍ୟୁତ୍‌ ବଣ୍ଟନ ଭିତ୍ତିଭୂମି, ଟେଲିକମ୍‌ ଏବଂ ଜୀବିକା ନିର୍ବାହ ସହାୟତା ଆଦି କ୍ଷେତ୍ରରେ ଉଭୟ ରାଜ୍ୟ ସରକାର ଏବଂ ଏନ୍‌.ଡି.ଏମ୍‌.ଏ. ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ସ୍ଥିର ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri