ଫନୀକୁ ବିତିଲା ୨ ମାସ, ଭଙ୍ଗାରୁଜା ଅବସ୍ଥାରେ ସ୍କୁଲ୍‌ଗୃହ : ଗ୍ରୀଷ୍ମଛୁଟି ପରେ ବି ହେଉନି ମରାମତି

ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ନିୟମାନୁସାରେ ଗ୍ରୀଷ୍ମଛୁଟି ପୂର୍ବରୁ ଭାଙ୍ଗି ଯାଇଥିବା ଶ୍ରେଣୀ ଗୃହଗୁଡ଼ିକୁ ମରାମତି କରାଯିବା ଉଚିତ। କିନ୍ତୁ ଏବେ ପାଠପଢ଼ା ଆରମ୍ଭ ହୋଇଯାଇଥିଲେ ସୁଦ୍ଧା ଅନେକ ବିଦ୍ୟାଳୟରେ ଯଥା ପୂର୍ବଂ ତଥା ପର ଅବସ୍ଥା ଦେଖିବାକୁ ମିଳୁଛି। ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ଚମ୍ପାପେଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହେଉଛି ଏହାର ଏକ ପ୍ରକୃଷ୍ଟ ଉଦାହରଣ। ଫନୀ ବାତ୍ୟାରେ ଏହାର ତିନୋଟି ଶ୍ରେଣୀ ଭାଙ୍ଗିଯାଇଛି । କିନ୍ତୁ ମରାମତି ନିମନ୍ତେ ଯେଉଁସବୁ ସରକାରୀ ନିୟମ ରହିଛି ତାହା ଏଠି ପ୍ରହସନ ପାଲଟିଥିବା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ପ୍ରାୟ ୧୦୦ ଛାତ୍ରୀଛାତ୍ର ପାଠପଢ଼ନ୍ତିି । ବିଦ୍ୟାଳୟରେ ମୋଟ ୬ଟି ଶ୍ରେଣୀ କୋଠରି ରହିଛି । କିନ୍ତୁୁ ଗତ ଫନୀ ବାତ୍ୟା ପ୍ରଭାବରେ ୩ କୋଠରି ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ଅନ୍ୟ ୩ କୋଠରିରେ ବହୁ ଅସୁବିଧା ମଧ୍ୟରେ ପିଲାମାନେ ପାଠ ପଢ଼ୁଛନ୍ତି। ଏ ସମସ୍ୟା ସମ୍ପର୍କରେ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ ସେ କହିଛନ୍ତି, ଭାଙ୍ଗି ଯାଇଥିବା ଶ୍ରେଣୀଗୃହଗୁଡିକ ବିଷୟରେ ଲିଖିତ ଭାବେ ସେ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ। ତଥାପି ଏହାର କୌଣସି ସୁଫଳ ମିିଳି ପାରିନାହିଁ କି ଏ ପର୍ଯ୍ୟନ୍ତ ଭଙ୍ଗାରୁଜା ଅବସ୍ଥାରେ ଥିବା ଶ୍ରେଣୀଗୃହଗୁଡିକୁ ଦେଖିବା ପାଇଁ କେହି ଆସିନାହାନ୍ତି । ଚମ୍ପାପେଡ଼ି ସରପଞ୍ଚ ନିର୍ମଳ କୁମାର ମତଗଜସିଂ ଏ ବିଷୟରେ କହିଛନ୍ତି, ବାତ୍ୟା ପରେ ଏହି ପଞ୍ଚାୟତସ୍ଥିତ ବାରଙ୍ଗାଡିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଚମ୍ପାପେଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କ୍ଷୟକ୍ଷତି ସମ୍ପର୍କରେ ସେ ଲିଖିତ ଭାବେ ରଣପୁର ବିଡିଓଙ୍କୁ ଜଣାଇଥିଲେ। ବିଦ୍ୟାଳୟଗୁଡିକୁ ଏ ପର୍ଯ୍ୟନ୍ତ କାହିଁକି ମରାମତି କରାଯାଉ ନାହିଁ ବୋଲି ପଚାରିବାରୁ ସରକାରୀ ଆଦେଶ ଆସିନାହିଁ ବୋଲି ବିଡିଓ କହିଥିବା ମତଗଜସିଂ କହିଛନ୍ତି । ତେବେ ଆବଶ୍ୟକତା ଅନୁସାରେ ଶ୍ରେଣୀଗୃହ ନ ଥିବାରୁ ପିଲାମାନଙ୍କର ପାଠପଢ଼ାରେ ବ୍ୟାଘାତ ଘଟୁଥିବା ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ଉକ୍ତ ସମସ୍ୟାର ସମାଧାନ ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଅଞ୍ଚଳବାସୀ ଧାରଣାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତିି ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri