ଫନୀକୁ ବିତିଲା ୨ମାସ, ସଳଖିପାରୁନି ସୂଚନାଫଳକ

ନରାଜ,୧୯।୭(ଡି.ଏନ୍‌.ଏ.)- ବାରଙ୍ଗ ଅଞ୍ଚଳରେ ବିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ଭାଙ୍ଗିଯାଇଥିବା ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱଦିନ ହୋଇଯାଇଥିଲେ ବି ଭଙ୍ଗା ସୂଚନାଫଳକଗୁଡିକ ଏପର୍ଯ୍ୟନ୍ତ ଠିକ କରାଯାଇନାହିଁ। ତ୍ରିଶୁଳିଆ ଛକରୁ ବାଙ୍କୀ ଓ ଭୁବନେଶ୍ୱର ରାସ୍ତାର ପାର୍ଶ୍ୱରେ ଥିବା ବହୁ ଦାମୀ ଷ୍ଟିଲ ସୂଚନାଫଳକଗୁଡିକ ସେଭଳି ଭଙ୍ଗା ଅବସ୍ଥାରେ ପଡିରହିଛି। କିଛି ଚୋରି ହୋଇଯାଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟିରେ ଏସବୁ ପଡୁନାହିଁ। ଏହି ଅଞ୍ଚଳକୁ ବାହାରୁ ପର୍ଯ୍ୟଟକ ନନ୍ଦନକାନନ ଓ ବାଙ୍କୀରେ ଚର୍ଚ୍ଚିକା ଭଳି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଆସିଥାନ୍ତି। ଏହି ରାସ୍ତାରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ପର୍ଯ୍ୟଟକ ଯିବା ଆସିବା କରୁଥିବାରୁ ସୂଚନାଫଳକର ନିହାତି ଆବଶ୍ୟକତା ରହିଛି। ଏହି ରାସ୍ତାରେ ବିଭାଗୀୟ କର୍ମଚାରୀମାନେ ସବୁବେଳେ ଯିବାଆସିବା କରୁଥିଲେ ମଧ୍ୟ ଏଥିପ୍ରତି ଧ୍ୟାନ ନ ଦେବା ଜଣାପଡୁଛି। ଆଗକୁ ପର୍ଯ୍ୟଟନ ଋ଼ତୁ ଆସୁଥିବାରୁ ଖୁବଶୀଘ୍ର ସୂଚନାଫଳକଗୁଡିକୁ ଠିକ କରିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri