ଫନୀକୁ ବିତିଲା ୨ମାସ, ସଳଖିହେଉନି ସୂଚନାଫଳକ

ନରାଜ,୨୦ା୭(ଡି.ଏନ୍‌.ଏ.): ବାରଙ୍ଗ ଅଞ୍ଚଳରେ ବିିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱ ହୋଇଯାଇଥିଲେ ବି ଭଙ୍ଗା ସୂଚନାଫଳକଗୁଡିକ ଏପର୍ଯ୍ୟନ୍ତ ଠିକ କରାଯାଇନାହିଁ। ତ୍ରିଶୁଳିଆ ଛକରୁ ବାଙ୍କୀ ଓ ଭୁବନେଶ୍ୱର ରାସ୍ତାର ପାର୍ଶ୍ୱରେ ଥିବା ବହୁ ଦାମୀ ଷ୍ଟିଲ ସୂଚନାଫଳକଗୁଡିକ ସେଭଳି ଭଙ୍ଗା ଅବସ୍ଥାରେ ପଡିରହିଛି। କିଛି ଚୋରି ହୋଇଯାଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟିରେ ଏସବୁ ପଡୁନାହିଁ। ଏହି ଅଞ୍ଚଳକୁ ବାହାରୁ ପର୍ଯ୍ୟଟକ ନନ୍ଦନକାନନ ଓ ବାଙ୍କୀରେ ଚର୍ଚ୍ଚିକା ଭଳି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଆସିଥାନ୍ତି। ଏହି ରାସ୍ତାରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ପର୍ଯ୍ୟଟକ ଯିବା ଆସିବା କରୁଥିବାରୁ ସୂଚନାଫଳକର ନିହାତି ଆବଶ୍ୟକତା ରହିଛି। ଏହି ରାସ୍ତାରେ ବିଭାଗୀୟ କର୍ମଚାରୀମାନେ ସବୁବେଳେ ଯିବାଆସିବା କରୁଥିଲେ ମଧ୍ୟ ଏଥିପ୍ରତି ଧ୍ୟାନ ନ ଦେବା ଜଣାପଡୁଛି। ଆଗକୁ ପର୍ଯ୍ୟଟନ ଋ଼ତୁ ଆସୁଥିବାରୁ ଖୁବଶୀଘ୍ର ସୂଚନାଫଳକଗୁଡିକୁ ଠିକ କରିବା ପାଇଁ ସାଧାରଣରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri