Posted inଖେଳ

ଫର୍ନାଣ୍ଡୋ ଟୋରେସଙ୍କ ଅବସର

ମାଡ୍ରିଡ୍‌,୨୧।୬- ପୂର୍ବତନ ଫିଫା ବିଶ୍ୱକପ୍‌ ଚାମ୍ପିୟନ ସ୍ପେନ ଦଳର ସଦସ୍ୟ ଫର୍ନାଣ୍ଡୋ ଟୋରେସ ଫୁଟ୍‌ବଲରୁ ଶୁକ୍ରବାର ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଏଥିସହ ସ୍ପାନିଶ ଖେଳାଳିଙ୍କ ୧୮ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତ ହୋଇଛି। ମୋର କିଛି ଘୋଷଣା କରିବାର ଅଛି। ଦୀର୍ଘ ୧୮ ବର୍ଷ ପରେ ଫୁଟ୍‌ବଲ କ୍ୟାରିୟରର ଅନ୍ତ କରିବାର ସମୟ ଆସିଯାଇଛି। ଆସନ୍ତା ରବିବାର ଦିନ ୧୦ ଟା ବେଳେ ଜାପାନର ଟୋକିଓଠାରେ ଖବରାଦାତା ସମ୍ମିଳନୀରେ ସମ୍ପୂର୍ଣ୍ଣ ତଥ୍ୟ ଦେବି ବୋଲି ଟୁଇଟରରେ ଶେୟାର କରିଥିବା ଏକ ଭିଡିଓରେ କହିଛନ୍ତି। ଆଟଲେଟିକୋ ମାଡ୍ରିଡ୍‌ ପାଇଁ ୧୦୦ରୁ ଊର୍ଦ୍ଧ୍ୱ ଗୋଲ କରିଛନ୍ତି। ପ୍ରିମିୟର ଲିଗ୍‌ ଲିଭରପୁଲ ଓ ଚେଲସି ଲାଗି ମଧ୍ୟ ସେ ଖେଳିଥିଲେ। ଜାପାନର ସାଗାନ ଟସୁ ପକ୍ଷରୁ ଖେଳିବା ନିମନ୍ତେ ଆଟଲେଟିକୋ ଛାଡ଼ିଥିଲେ। ହେଲେ ଉକ୍ତ କ୍ଲବ ଲାଗି ଭଲ ପ୍ରଦର୍ଶନ କରିପାରି ନ ଥିଲେ। ୨୦୦୩ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଟୋରେସ ୨୦୦୮ ୟୁରୋପିଅନ ଚାମ୍ପିୟନଶିପ୍‌ରେ ଜର୍ମାନୀ ବିପକ୍ଷ ଫାଇନାଲରେ ଅନ୍ତିମ ଗୋଲ ଦେଇଥିଲେ। ଏହାପରେ ତାଙ୍କ ପ୍ରତିନିଧିତ୍ୱରେ ସ୍ପେନ ୨୦୧୦ ଫିଫା ବିଶ୍ୱକପ୍‌ ଜିତିଥିଲା। ସେ ୟୁରୋ ୨୦୧୨ କପ୍‌ରେ ସର୍ବାଧିକ ଗୋଲ କରିଥିଲେ। ଦେଶ ପକ୍ଷରୁ ୧୧୦ ମ୍ୟାଚ୍‌ ଖେଳି ମୋଟ ୩୮ ଗୋଲ କରିଛନ୍ତି। ସର୍ବାଧିକ ଅନ୍ତର୍ଜାତୀୟ ଗୋଲ କରିଥିବା ସ୍ପାନିଶ ଖେଳାଳିଙ୍କ ମଧ୍ୟରେ ସେ ୩ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri