ଫର୍ନେସ୍‌ରେ ପୋଡ଼ି ଗୁରୁତର ଶ୍ରମିକଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୨୩।୪: ଭଦ୍ରକ ରାନ୍ଦିଆସ୍ଥିତ ଫେକର କମ୍ପାନୀ ଫର୍ନେସ୍‌ରେ ପୋଡ଼ି ଗୁରୁତର ଥିବା ଶ୍ରମିକଙ୍କ ଶୁକ୍ରବାର ରାତିରେ ମୃତ୍ୟୁ ହୋଇଛି। ମୃତକ ବରପଦାର ବିଜୟ ମହାପାତ୍ର। ଗତ ରବିବାର ରାତିରେ ଅନ୍ୟ ଗୁରୁତର ରତିକାନ୍ତଙ୍କ ମୃତ୍ୟୁ ହୋଇଥିଲା।
ଗତ ୧୧ ତାରିଖରେ କମ୍ପାନୀ ଫର୍ନେସ ଚାର୍ଜିଂ ବେଳେ ରାନ୍ଦିଆ କୋରଣ୍ଟ ଗ୍ରାମର ରତିକାନ୍ତ ସୂତାର ଓ ବରପଦାର ବିଜୟ ମହାପାତ୍ର ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ। ସେମାନଙ୍କୁ ଏୟାର ଆମ୍ବୁଲାନ୍ସରେ ମୁମ୍ବାଇ ନିଆଯାଇଥିଲା। ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ମନୋଜ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ କମ୍ପାନୀର ୨ ଶହ ମିଟର ଅଞ୍ଚଳରେ ଶନିବାର ପୂର୍ବାହ୍ନ ୬ ଟାରୁ ୨୫ ଏପ୍ରିଲ ପୂର୍ବାହ୍ନ ୬ ଟା ପର୍ଯ୍ୟନ୍ତ ୧୪୪ ଧାରାକୁ ବଳବତ୍ତର କରାଯାଇଛି। ଅନପକ୍ଷେ ୨ କର୍ମଚାରୀଙ୍କ ମୃତ୍ୟୁ ପରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା, ଯୋଗ୍ୟ ଉତ୍ତରାଧିକାରୀଙ୍କୁ ଚାକିରି ଓ କାରଖାନାରେ କର୍ମଚାରୀଙ୍କ ନିରାପତା ଦିଗରେ ପଦକ୍ଷେପ ସମ୍ବନ୍ଧରେ ଆଲୋଚନା ହୋଇଥିଲା। ବୈଠକରେ ଭଦ୍ରକ ଏସ୍‌ପି ବରୁଣ ଗୁଣ୍ଟୁପାଲି, କମ୍ପାନୀର ସିଇଓ, ଏଚ୍‌ଆର୍‌ ମୁଖ୍ୟ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri