Posted inଖେଳ

ଫର୍ମୁଲା ଓ୍ବାନ୍‌ ଷ୍ଟାର ଡ୍ରାଇଭର ଲୌଡ଼ାଙ୍କ ପରଲୋକ

ଲଣ୍ଡନ, ୨୧ା୫- କିମ୍ବଦନ୍ତୀ ଫର୍ମୁଲା ଓ୍ବାନ୍‌ ଡ୍ରାଇଭର ନିକି ଲୌଡ଼ାଙ୍କ ମୃତ୍ୟୁ ଘଟିଛି। ଅଷ୍ଟ୍ରିଆ ଡ୍ରାଇଭରଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ପରିବାର ସଦସ୍ୟ ମଙ୍ଗଳବାର ସୂଚନା ଦେଇଛନ୍ତି। ଆମେ ବହୁତ ଦୁଃଖିତ। ୭୦ ବର୍ଷୀୟ ନିକି ସୋମବାର ପ୍ରାଣ ହରାଇଛନ୍ତି। ୮ ମାସ ପୂର୍ବେ ତାଙ୍କର ଫୁସଫୁସ ପ୍ରତିରୋପଣ ହୋଇଥିଲା। ଲୌଡ଼ା ୩ ଥର ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ଜିତିଥିଲେ। ୧୯୭୫ ଓ ୧୯୭୭ରେ ଫେରାରି ପାଇଁ ଜିତିଥିବାବେଳେ ୧୯୮୪ରେ ମ୍ୟାକଲରେନ ପକ୍ଷରୁ ପ୍ରତିନିଧିତ୍ୱ କରି ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାତେଇଥିଲେ। ଡ୍ରାଇଭର ଭାବେ ଅବସର ନେବା ପରେ କ୍ରୀଡ଼ା ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ। ସେ ୨୦୧୨ ପର୍ଯ୍ୟନ୍ତ ମର୍ସିଡିଜ ଏଫ୍‌ ଓ୍ବାନ୍‌ ଅଣ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦରେ ଥିଲେ। କ୍ରମାଗତ ୫ ଥର ବିଶ୍ୱ ଟାଇଟଲ ଜିତିଥିବା ଲୁଇସ୍‌ ହାମିଲଟନଙ୍କ ସଫଳତା ପଛର ମୁଖ୍ୟ କାରଣ ଥିଲେ ଲୌଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri