ଫଳ ବେପାରୀଙ୍କ କବ୍‌ଜାରେ ରାମରାମ ଗଳି

କେନ୍ଦୁଝର, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହରରେ ଅବୈଧ କବ୍‌ଜା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଟ୍ରାଫିକ ସମସ୍ୟା ଲାଗି ରହିଛି। ପୌରପାଳିକା ଅଧୀନ ଥିବା ବିଭିନ୍ନ ଗଳିକନ୍ଦି ଏପରିକି ଜାତୀୟ ରାଜପଥ କଡ଼ଗୁଡିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି କବଜା କରିଥିବାରୁ ସାଧାରଣରେ ଯିବା ଆସିବା ଲାଗି ସମସ୍ୟା ଲାଗି ରହିଛି। ଯାହାରକି ଜ୍ୱଳନ୍ତ ଉଦାହରଣ ହେଉଛି ରାମରାମ ଗଳିର ଦଳେଇ ଫଳ ଗୋଦାମ। ଏହି ଗୋଦାମରେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଘଣ୍ଟାଘଣ୍ଟା ଧରି ଫଳ ବୋଝେଇ ଟ୍ରକ ଗୁଡିକ ଛିଡା ହୋଇ ରହୁଥିବାରୁ ଏହି ରାସ୍ତା ଦେଇ ଯାଆସ କରିବାରେ ନାନା ସମସ୍ୟା ଲାଗି ରହିଛି। ଏପରିକି ଛୋଟ ବଡ ଗାଡିଗୁଡିକ ଯିବା ଆସିବା କଲାବେଳେ ମଝିରେ ମଝିରେ ଦୁର୍ଘଟଣା ଘଟିବା ସହ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ଜାମ ହେଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଗଳିର ଉଭୟ ପାର୍ଶ ବିଭିନ୍ନ ଦୋକାନୀ ମାନଙ୍କର ବେଆଇନ କବ୍‌ଜା ଯୋଗୁ ଅଣ ଓସାରିଆ ହୋଇଥିବାରୁ ଫଳ ବାଲାର ଫଳ ବୋଝେଇ ଟ୍ରକ ଗୁଡିକର ଦୈରାତ୍ମ୍ୟ ସୀମା ଟପିବାକୁ ବସିଛି। ଏହି ଗଳିର ଗୁରୁତ୍ୱକୁ ଉପଲବଧି କରି ପୂର୍ବରୁ ଦୁଇ ଦୁଇ ଜଣ ଜିଲାପାଳ ଭାରିଯାନ ଯାଆସ ଉପରେ କଟକଣା ପାଇଁ ଗଳିର ଉଭୟ ମୁଣ୍ଡରେ ଲୁହା ଖମ୍ବ ଲଗାଇବାକୁ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହା କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ। ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ ମାତ୍ର ୨୦୦ମିଟର ଦୂର ବ୍ୟବଧାନରେ ଥିବା ଏହି ଗଳିର ଅବ୍ୟବସ୍ଥା ପ୍ରତି ପ୍ରଶାସନ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପରିସ୍ଥିତି ସୃଷ୍ଟି ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏସମ୍ପର୍କରେ କେନ୍ଦୁଝରଗଡ ପୌରପାଳିକାର ନିର୍ବାହୀ ଅଧିକାରୀ ମଧୁସ୍ମିତା ସାମନ୍ତରାୟଙ୍କୁ ପଚାରିବାରୁ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri