ଫଳକରେ ଅଟକିଛି ଉନ୍ନୟନ କାର୍ଯ୍ୟ

ବାରିପଦା ଅଫିସ, ୧୮ା୩- ବାରିପଦାର ସହରରେ ଥିବା ୭ଟି ବନ୍ଧର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୨ ଫେବୃୟାରୀ ୨୦୧୯ରେ ଭିିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା। ଭିତ୍ତିପ୍ରସ୍ଥର ସ୍ଥାପନ ହେବାର ବର୍ଷେ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କାଣିଚାଏ କାମ ହୋଇ ପାରି ନାହିଁ।

ଉଲ୍ଲେଖଯୋଗ୍ୟ, ସହରରେ ଥିବା ଝିଞ୍ଜିିରି ବନ୍ଧ, ବଡ଼ ପୋଖରୀ, ଚାପଲପୋଖରୀ, ହେମସାଗର ପୋଖରୀ, ଷ୍ଟେଶନ ବନ୍ଧ, ମାତା ପୋଖରୀ, ୧୫ ନମ୍ବର ୱାର୍ଡ଼ର ଏକ ପୋଖରୀ ଆଦି ୭ଟି ପୋଖରୀର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଶିଳାନ୍ୟାସ ହୋଇଥିଲା। ତତ୍କାଳୀନ ଉପବାଚସ୍ପତି ସାନନ୍ଦ ମାର୍ଣ୍ଡିଙ୍କ ସମେତ ବାରିପଦା ପୌରପରିଷଦର ପାରିଷଦମାନେ ଉପସ୍ଥିତ ରହି ଶିଳାନ୍ୟାସ କରିଥିଲେ। ତେବେ ଶିଳାନ୍ୟାସର ବର୍ଷେ ପରେ ମଧ୍ୟ କାର୍ଯ୍ୟ ନ ହେବା ପଛରେ ରାଜନୀତିର ବାସ୍ନା ବାରି ହୋଇ ପଡ଼ୁଛି। ଚର୍ଚ୍ଚା ହେଉଛି ଯେ, ୧୨ ତାରିଖରେ ପୌରପରିଷଦର ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକଳାପର ଶେଷ ଦିବସ ଥିବାରୁ ତରବରିଆ ଭାବେ ଏହି ଉନ୍ନୟନ କାର୍ଯ୍ୟଗୁଡିକର ଶିଳାନ୍ୟାସ ହୋଇଥିଲା। ସେହିଭଳି ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସହରର ଭୋଟରମାନଙ୍କୁ ମନେଇବା ପାଇଁ ଏପରି କରାଯାଇଥିଲା। ହେଲେ ଏବେ ଏହିି କାର୍ଯ୍ୟ ପାଇଁ କେହି ମନ ଦେଉ ନାହାନ୍ତିି। ଅନ୍ୟପକ୍ଷେ ପୌର ପରିଷଦ ଭାଙ୍ଗିବା ପୂର୍ବରୁ ଉକ୍ତ କାର୍ଯ୍ୟର ପ୍ରସ୍ତାବ ଓ ଡିପିଆର (ଡିଟେଲ ପ୍ରୋଜେକ୍ଟ୍ର ରିପୋର୍ଟ) ବିଭାଗକୁ ଦିଆଯାଇଥିଲା। ଅର୍ଥ ମଧ୍ୟ ମଞ୍ଜୁର ହୋଇଛି, ହେଲେ ପୌରପରିଷଦ କାର୍ଯ୍ୟ କରୁ ନ ଥିବା ଅଭିଯୋଗ ହେଉଛି। ଏ ନେଇ ପୌରପରିଷଦ ନିର୍ବାହୀ ଅଧିକାରୀ ସରୋଜ କୁମାର ଦାସଙ୍କୁ ପଚାରିବାରୁ ସରକାରଙ୍କ ପକ୍ଷରୁ କାମ ମଞ୍ଜୁର ହୋଇଛି। ବର୍ତ୍ତମାନ ଟଙ୍କା ଯୋଗାଡ଼ ଚାଲିଛି, ଟଙ୍କା ହେଲେ ଟେଣ୍ଡର ଡକାଯାଇ କାମ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri