ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି ଦଳରେ ବିଭକ୍ତ ହୋଇଥିବାବେଳେ, ବନ ବିଭାଗର ସୂଚନା ଅନୁଯାୟୀ ଗୋଟିଏ ଦଳରେ ୨୩ ହାତୀ ଏବଂ ଅନ୍ୟ ଦଳରେ ୧୮ହାତୀ ରହିଛନ୍ତି। ସୂଚନା ଅନୁଯାୟୀ ୧୮ସଂଖ୍ୟା ଥିବା ହାତୀପଲ ନୟାଗଡ ପଞ୍ଚାୟତର ବାମନଡିହା ଜଙ୍ଗଲରେ ରହିଥିବାବେଳେ, ୨୩ଟିକିଆ ହାତୀପଲ ଚଉଠିଆ ପଞ୍ଚାୟତର ମଣନ୍ଦା ଜଙ୍ଗଲରେ ରହିଛନ୍ତି। ହାତୀପଲ ପଶି ଆସିଥିବାରୁ ଗ୍ରାମବାସୀ ତଥା ଚାଷୀମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ହାତୀପଲ ଫସଲ ଉଜାଡିବା ସହିତ ଘର ଭଙ୍ଗୁଛନ୍ତି। ୧୮ସଂଖ୍ୟା ଥିବା ହାତୀପଲର କ୍ଷୟକ୍ଷତି ସମ୍ପର୍କରେ ଜଣା ପଡିନାହିଁ। ଏହି ୨୩ଟିକିଆ ହାତୀ ପଲ ବ୍ୟାପକ ଫସଲ କ୍ଷୟକ୍ଷତି କରିବା ସହିତ ମଣନ୍ଦା ଗ୍ରାମ ଜାମୁଡି ସାହିରେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡା, ଲଗେନ ମୁଣ୍ଡା, କଇଁ ବେଣ୍ଟକାର, ରତ୍ନା ବେଣ୍ଟକାରଙ୍କର ଘର ଭାଙ୍ଗିଛନ୍ତି। ଘର ଭାଙ୍ଗି ହାତୀପଲ ଧାନ, ଚାଉଳ ଖାଇଛନ୍ତି। ହାତୀ ଆକ୍ରମଣରୁ ଉକ୍ତ ୪ଟି ପରିବାରର ସଦସ୍ୟ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଜଙ୍ଗଲ ପାର୍ଶ୍ୱରେ ବନ କର୍ମଚାରୀ ହାତୀ ପଲକୁ ଜଗି ରହିଛନ୍ତି। ବାଲିବନ୍ଧ ଫରେଷ୍ଟର ଖଗେଶ୍ୱର ବାରିକ କହିଲେ, କ୍ଷୟକ୍ଷତିର ରିପୋର୍ଟ ଖୁବ ଶୀଘ୍ର ରେଞ୍ଜ ଅଫିସକୁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri