ଫସଲ କ୍ଷତି ଅନୁଧ୍ୟାନ ବେଳେ ସାମାଜିକ ଦୂରତ୍ୱକୁ ବେଖାତିର

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଯେଉଁଠି ସାମାଜିକ ଦୂରତ୍ୱକୁ ବେଖାତିର କରାଯାଉଛି, ସେଠାରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉଛି। ମାତ୍ର ବୁଧବାର ବରଗଡ଼ରେ ସ୍ଥାନୀୟ ଜନ ପ୍ରତିନିଧି, କୃଷି, ପ୍ରଶାସନିକ ଅଧିକାରୀ, ରାଜନୈତିକ ନେତୃବୃନ୍ଦ ଗାଇସୀମା, ଖଣ୍ଡହଥା ତଥା ଆଖପାଖ ଅଞ୍ଚଳକୁ କରାମାଡ଼ ଦ୍ୱାରା ଫସଲକ୍ଷତି ଅନୁଧ୍ୟାନ କରିବାକୁ ଯାଇଥିବାବେଳେ ସେଠାରେ ସାମାଜିକ ଦୂରତ୍ୱ ରହି ନ ଥିବା ଏବଂ କେତେକଙ୍କ ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ଘୋଡ଼ାହୋଇ ନ ଥିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି । ଏ ନେଇ ସମ୍ପୃକ୍ତ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ, ରାଜନେତାଙ୍କ ଫସଲକ୍ଷତି ପରିଦର୍ଶନ କାଳର ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ଉଲ୍ଲେଖନୀୟ, ବୁଧବାର ବରଗଡ଼ ଏମପି ସୁରେଶ ପୂଜାରୀ, ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ସହକାରୀ କୃଷି ଅଧିକାରୀ ରବିନ୍ଦ୍ର ସାହୁ, ତହସିଲଦାର ସବ୍ୟସାଚୀ ପଣ୍ଡା, ଭାଜପା ଜିଲା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ପ୍ରମୁଖ ଜିଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ଫସଲ କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ । ବରଗଡ଼ ବ୍ଲକର ଅଡ଼ଗାଁ ଖଣ୍ଡହଥା, କୁରୁଆଁ, ଗଣ୍ଡପାଲି, ବାଉସେନପାଲି, ଗାଇସୀମା, ବେହେରା, ଖୁଣ୍ଟପାଲି, ତୁରୁଙ୍ଗା ଓ ତୁମଗାଁ ଅଞ୍ଚଳରେ ୮୧୬.୩୭ ହେକ୍ଟର ୩୩ରୁ ୫୦ ପ୍ରତିଶତ ଏବଂ ୨୩୭୮.୭୪୧ ହେକ୍ଟର ଧାନ ଫସଲ କରାମାଡ଼ରେ କ୍ଷତିଗ୍ରସ୍ତ ହୋଇଥିବା କୃଷି ବିଭାଗର ଆକଳନରୁ ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?