ଫସଲ ଜଗିଥିବା ବୃଦ୍ଧଙ୍କୁ ଦଳିଦେଲା ହାତୀ

ବାଙ୍ଗିରିପୋଷି,୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ହାତୀ ଆତଙ୍କ ଥମୁନି। ବନ ବିଭାଗ କର୍ମଚାରୀ ହାତୀ ଘଉଡାଇବାରେ ସଫଳ ହେଉ ନ ଥିବାରୁ ଧନଜୀବନ ହାନି ଘଟି ଚାଲିଛି। ଗୁରୁବାର ସକାଳେ ବାଙ୍ଗିରିପୋଷି ବନାଞ୍ଚଳ ଅଧୀନସ୍ଥ ଭୁଲୁବଣୀ ଗ୍ରାମର ଦାଗଦୁ ମାଝୀ ନାମକ ଜଣେ ବୃୃଦ୍ଧଙ୍କୁ ହାତୀ ପାଦରେ ଦଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଫସଲ ଖାଇ ନଷ୍ଟ କରୁଥିବା ହାତୀଙ୍କୁ ଘଉଡାଇବାକୁ ଯାଇ ସେ ପ୍ରାଣ ହରାଇଛନ୍ତି। ଏଥିନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବାଙ୍ଗିରିପୋଷି ରେଞ୍ଜ ଅଧିକାରୀ ତପନ କୁମାର ଦାସ ଓ ଝାଡପୋଖରିଆ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ପ୍ରାଥମିକ ପର୍ଯ୍ୟାୟରେ ୪୦ ହଜାର ଟଙ୍କା ସରକାରୀ ସହାୟତା ରାଶିର ଏକ ଚେକ ପ୍ରଦାନ କରାଯାଇଥିଲା। ଅବଶିଷ୍ଟ ୩ ଲକ୍ଷ ୬୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ସେହିପରି ପଞ୍ଚାୟତ ତରଫରୁ ହରିଶ୍ଚନ୍ଦ୍ର ଯୋଜନାରେ ୨୦୦୦ ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ସ୍ଥାନୀୟ ତହସିଲଦାର କହିଛନ୍ତି। ଏଥିନେଇ ଥାନାରେ ଏକ ମାମଲା (ନଂ.୩୩/୧୯) ରୁଜୁ ହୋଇଛି। ଶିମିଳିପାଳରୁ ଆସିଥିବା ୩ଟି ହାତୀ ଅଞ୍ଚଳ ଛାଡି ଯାଉ ନାହାନ୍ତି। ଗାଁ ଗଣ୍ଡାରେ ପଶି ବ୍ୟାପକ ଧାନ ଓ ପରିବା ଫସଲ ଉଜାଡି ଦେଉଛନ୍ତି। ହାତୀ ଉପଦ୍ରବ ଯୋଗୁ ଲୋକେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ବନ ବିଭାଗ ତୁରନ୍ତ ଏହି ହାତୀଙ୍କୁ ଘଉଡାଇଦେବା ପାଇଁ ଲୋକେ ଦାବି କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଘର ଭାଙ୍ଗି ଦେବାରୁ କାନ୍ଥପଡ଼ି ଯଶିପୁର ବ୍ଲକ ରୁଗୁଡି ପଞ୍ଚାୟତ ଅନ୍ତର୍ଗତ ଖଣ୍ଡବନ୍ଧ ଗ୍ରାମର ରୁପା ଚାତାର ନାମକ ଜଣେ ବୃଦ୍ଧଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri