ଫସଲ ଜଗିଥିବା ବୃଦ୍ଧଙ୍କୁ ଦଳିଦେଲା ହାତୀ

ବାଙ୍ଗିରିପୋଷି,୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ହାତୀ ଆତଙ୍କ ଥମୁନି। ବନ ବିଭାଗ କର୍ମଚାରୀ ହାତୀ ଘଉଡାଇବାରେ ସଫଳ ହେଉ ନ ଥିବାରୁ ଧନଜୀବନ ହାନି ଘଟି ଚାଲିଛି। ଗୁରୁବାର ସକାଳେ ବାଙ୍ଗିରିପୋଷି ବନାଞ୍ଚଳ ଅଧୀନସ୍ଥ ଭୁଲୁବଣୀ ଗ୍ରାମର ଦାଗଦୁ ମାଝୀ ନାମକ ଜଣେ ବୃୃଦ୍ଧଙ୍କୁ ହାତୀ ପାଦରେ ଦଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଫସଲ ଖାଇ ନଷ୍ଟ କରୁଥିବା ହାତୀଙ୍କୁ ଘଉଡାଇବାକୁ ଯାଇ ସେ ପ୍ରାଣ ହରାଇଛନ୍ତି। ଏଥିନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବାଙ୍ଗିରିପୋଷି ରେଞ୍ଜ ଅଧିକାରୀ ତପନ କୁମାର ଦାସ ଓ ଝାଡପୋଖରିଆ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ପ୍ରାଥମିକ ପର୍ଯ୍ୟାୟରେ ୪୦ ହଜାର ଟଙ୍କା ସରକାରୀ ସହାୟତା ରାଶିର ଏକ ଚେକ ପ୍ରଦାନ କରାଯାଇଥିଲା। ଅବଶିଷ୍ଟ ୩ ଲକ୍ଷ ୬୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ସେହିପରି ପଞ୍ଚାୟତ ତରଫରୁ ହରିଶ୍ଚନ୍ଦ୍ର ଯୋଜନାରେ ୨୦୦୦ ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ସ୍ଥାନୀୟ ତହସିଲଦାର କହିଛନ୍ତି। ଏଥିନେଇ ଥାନାରେ ଏକ ମାମଲା (ନଂ.୩୩/୧୯) ରୁଜୁ ହୋଇଛି। ଶିମିଳିପାଳରୁ ଆସିଥିବା ୩ଟି ହାତୀ ଅଞ୍ଚଳ ଛାଡି ଯାଉ ନାହାନ୍ତି। ଗାଁ ଗଣ୍ଡାରେ ପଶି ବ୍ୟାପକ ଧାନ ଓ ପରିବା ଫସଲ ଉଜାଡି ଦେଉଛନ୍ତି। ହାତୀ ଉପଦ୍ରବ ଯୋଗୁ ଲୋକେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ବନ ବିଭାଗ ତୁରନ୍ତ ଏହି ହାତୀଙ୍କୁ ଘଉଡାଇଦେବା ପାଇଁ ଲୋକେ ଦାବି କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଘର ଭାଙ୍ଗି ଦେବାରୁ କାନ୍ଥପଡ଼ି ଯଶିପୁର ବ୍ଲକ ରୁଗୁଡି ପଞ୍ଚାୟତ ଅନ୍ତର୍ଗତ ଖଣ୍ଡବନ୍ଧ ଗ୍ରାମର ରୁପା ଚାତାର ନାମକ ଜଣେ ବୃଦ୍ଧଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri