ଫସିଲେ ପୋଲିସ କନ୍‌ଷ୍ଟେବଳ: ମହିଳା କନ୍‌ଷ୍ଟେବଳଙ୍କୁ ଧୋକା ଦେବା ପଡ଼ିଲା ମହଙ୍ଗା, ଗିରଫ ସହ ଚାକିରିରୁ ନିଲମ୍ବିତ

ଭଦ୍ରକ ଅଫିସ,୧୭।୧୨: ପ୍ରଥମେ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ତା’ ପରେ ଧୋକା। ଏଭଳି ଏକ ଅଭାବନୀୟ ଘଟଣାକ୍ରମରେ ଭଦ୍ରକ ଥାନା ଅଞ୍ଚଳର ଜଣେ କନ୍‌ଷ୍ଟେବଳ ମଙ୍ଗଳବାର ଗିରଫ ହୋଇଛନ୍ତି। ଗିରଫ କନ୍‌ଷ୍ଟେବଳ ହେଲେ ଜଗତ୍‌ପତି ହାଁସଦା। ବିବାହର ପ୍ରତିଶ୍ରୁତି ଦେଇ ହାଁସଦା ଜଣେ ମହିଳା କନ୍‌ଷ୍ଟେବଳଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ସୋମବାର ମହିଳାଜଣକ ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍‌(ନଂ. ୩୮୫/୧୯)ରେ ଏକ ମାମଲା ରୁଜୁକରି ହାଁସଦାଙ୍କୁ ଗିରଫ କରି ଡାକ୍ତରୀ ପରୀକ୍ଷା କରାଇଥିଲା। ଏଥିସହ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ହାଁସଦା ତଳ ବ୍ୟାଚର ଜଣେ ମହିଳା କନ୍‌ଷ୍ଟେବଳଙ୍କୁ ପ୍ରେମ କରୁଥିଲେ। ପରେ ବିବାହ ପାଇଁ ରାଜି ନ ହେବାରୁ କନ୍‌ଷ୍ଟବଳ ଏନେଇ ଭଦ୍ରକ ଟାଉନ ଥାନାରେ ଏତଲା ଦେଇଥିଲେ । ବିବାହ ପାଇଁ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ନେଇ ସେ ଅଭିଯୋଗ କରିଥିଲେ। ଏ ନେଇ ଗିରଫ କନ୍‌ଷ୍ଟେବଳ କହିଛନ୍ତି, ସେ ବିବାହ ପାଇଁ ପ୍ରସ୍ତୁତ, ମାତ୍ର ପୋଲିସ କ’ଣ କରୁଛି ସେ ଜାଣି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri